www.samajalive.in
Wednesday, December 10, 2025
15.1 C
Bhubaneswar

ରାଜ୍ୟରେ ଆଜି ୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କ ମଧ୍ୟରେ ସଙ୍ଗରୋଧରୁ ୬୪, ସ୍ଥାନୀୟ ଅଂଚଳରୁ ୪୪ ଓ ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଅଛନ୍ତି। ଏହାକୁ ମିଶାଇ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୩୫୩କୁ ବୃଦ୍ଧି ପାଇଛି। ନୂଆ ଚିହ୍ନଟଙ୍କ ମଧ୍ୟରେ ଗଜପତିରୁ ୧୬, ଖୋର୍ଦ୍ଧାରୁ ୧୪ ଓ ଷ୍ଟେଟପୁଲରୁ ୩ ଜଣ ଅଛନ୍ତି। ଅନ୍ୟ ଚିହ୍ନଟଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୯ ଜଣ, କଟକ, ସମ୍ବଲପୁର ଓ ବୌଦ୍ଧରୁ ୮ ଜଣ ଲେଖାଏଁ, ଗଂଜାମ ଓ କେନ୍ଦ୍ରାପଡ଼ାରୁ ୭ ଜଣ ଲେଖାଏଁ ଏବଂ ନବରଙ୍ଗପୁରରୁ ୬ ଜଣ ଅଛନ୍ତି। ସେହିପରି ବାଲେଶ୍ୱର, ବଲାଙ୍ଗୀର, ଯାଜପୁର ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ, କଳାହାଣ୍ଡିରୁ ୨ ଏବଂ ବରଗଡ଼, ଦେବଗଡ଼, ଢେଙ୍କାନାଳ, ଜଗତସିଂହପୁର, ମୟୁରଭଞ୍ଜ, ନୂଆପଡା, ରାୟଗଡା ଓ ସୋନପୁରରୁ ଜଣେ ଲେଖାଏଁ ଅଛନ୍ତି।

ଅନ୍ୟପକ୍ଷରେ ଦିନକରେ ୧୭୦ ଜଣ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୧୫୦କୁ ବୃଦ୍ଧି ପାଇଛି। ଏବେ ରାଜ୍ୟରେ ସକ୍ରିୟ ଚିକିତ୍ସାଧୀନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୭ ରହିଛି।

- Advertisement -

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories