www.samajalive.in
Sunday, December 7, 2025
23.1 C
Bhubaneswar

ଲଖିମପୁର ଖେରି ମାମଲା, ୧୫ରେ ଶୁଣାଣି

ଉତ୍ତରପ୍ରଦେଶ: ଲଖିମପୁର ଖେରି ମାମଲା । ମାର୍ଚ୍ଚ ୧୫ରେ ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ । କେନ୍ଦ୍ର ଗୃହମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ଆବେଦନ ନେଇ ମାର୍ଚ୍ଚ ୧୫ରେ ଶୁଣାଣି ହେବ । ଏହି ଘଯଣାକୁ ନେଇ ଆବେଦନକାରୀଙ୍କ ଓକିଲ ପ୍ରଶାନ୍ତ ଭୂଷଣ ପ୍ରତିକ୍ରିୟା ରଖିଛନ୍ତି । ପ୍ରଶାନ୍ତ କହିଛନ୍ତି ଗତଥର ସୁପ୍ରିମକୋର୍ଟ କହିଥିଲେ ମାର୍ଚ୍ଚ ୧୧ ରେ ଏହା ଶୁଣାଣି ହେବ, କିନ୍ତୁ ଆଜି ଯାଏ ମାମଲା ତାଲିକାଭୁକ୍ତ ହୋଇନାହିଁ । ତେଣୁ ଏହି ମାମଲାର ଶୀଘ୍ର ଶୁଣାଣି କରିବାକୁ ସେ କହିଛନ୍ତି ।

ଲଖିମପୁର ଖେରି ମାମଲାରେ ୪ ଜଣ ଚାଷୀଙ୍କ ମୃତ୍ୟୁ ଘଟଣାରେ ଆଲ୍ଲାହାବାଦ ହାଇକୋର୍ଟରୁ ଆଶିଷ ମିଶ୍ରଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା । ଗତ ବର୍ଷ କୃଷି ଆଇନ ବିରୋଧରେ କୃଷକଙ୍କ ବିରୋଧ ସମୟରେ ଚାରିଜଣ ଚାଷୀଙ୍କ ସମେତ ଆଠ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାରେ ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଗିରଫ କରାଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories