www.samajalive.in
Sunday, December 7, 2025
26.1 C
Bhubaneswar

ଲାନ୍ଥ ନଦୀ କୂଳରୁ ମୃତଦେହ ଉଦ୍ଧାର

ସଇଁନ୍ତଲା: ବଲାଙ୍ଗିର ଜିଲା ସଇଁନ୍ତଲା ଥାନା କରମତଲା ପଞ୍ଚାୟତ ସ୍ଥିତ ଛନଛଡ଼ା ପେଣ୍ଡରାମାଲ ଲାନ୍ଥ ନଦୀ କୂଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନଦୀ କୂଳରେ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ସଇଁନ୍ତଲା ପୁଲିସକୁ ଖବର ଦେଇଥିଲେ। ଥାନା ଅଧିକାରୀ ଅବନୀ ସାହୁ ଓ ପୁଲିସ ଦଳ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶିକ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହାପରେ ପୁଲିସ ପ୍ରାଥମିକ ଭାବେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହିତ ମୃତକଙ୍କୁ କେହି ଚିହ୍ନି ନ ଥିବା ଜଣାପଡ଼ିଛି। ତେଣୁ ଏନେଇ ପୁଲିସ ଖୋଳତାଡ ଆରମ୍ଭ କରିଛି। ମୃତକଙ୍କ ବୟସ ପ୍ରାୟ ୫୫ ହେବ ବୋଲି ଅନୁମାନ କରାଯାଉଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories