www.samajalive.in
Monday, December 8, 2025
27.1 C
Bhubaneswar

ଦଳମତରୁ ଉପରକୁ ଉଠି କାମ କଲେ ସବୁବେଳେ ମିଳିବ ଲୋକଙ୍କ ଭରସା ଓ ଆଶୀର୍ବାଦ: ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ଅପରାହ୍ଣରେ ହିଞ୍ଜିଳି ଓ ଶେରଗଡ ବ୍ଲକ୍‌ର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦଳମତରୁ ଉର୍ଦ୍ଧ୍ବରେ ରହି ଲୋକଙ୍କ ସେବା କରିବା ପାଇଁ ପରାମର୍ଶ ଦେଇଛନ୍ତି। ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ବର୍ତ୍ତମାନ ନିର୍ବାଚନ ଶେଷ ହୋଇଛି। ତେଣୁ ଆପଣମାନେ ବର୍ତ୍ତମାନ ସମସ୍ତଙ୍କ ପାଇଁ କାମ କରନ୍ତୁ। ଦଳମତରୁ ଉପରକୁ ଉଠି କାମ କଲେ ଆମେ ସବୁବେଳେ ଲୋକଙ୍କ ଭରସା ଓ ଆଶୀର୍ବାଦ ପାଇପାରିବା ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିକାଶ ସବୁବେଳେ ଆମର ଫୋକସ୍‌ ହୋଇ ରହିଆସିଛି। ବିକାଶ ପାଇଁ ଆମର କଠିନ ପରିଶ୍ରମକୁ ଜନସାଧାରଣ ସବୁବେଳେ ସ୍ବୀକୃତି ଦେଇଛନ୍ତି। ସାରା ରାଜ୍ୟରେ ପଞ୍ଚାୟତ ନିର୍ବାଚନରେ ଏକ ଐତିହାସିକ ରାୟ ଦେଇଛନ୍ତି। ସେଥିପାଇଁ ଜନସାଧାରଣଙ୍କ ନିକଟରେ ଆମେ ଋଣୀ ବୋଲି ସେ କହିଥିଲେ।
ଏ ବିଜୟ ଏକ ବହୁତ ବଡ ଦାୟିତ୍ବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ମୁଁ ଆଶା କରୁଛି ଯେ ଆପଣମାନେ ଆପଣଙ୍କ ଗାଁ’ର, ଆପଣଙ୍କ ଅଞ୍ଚଳର ବିଜୟ ପାଇଁ କାମ କରିବେ । ଲୋକଙ୍କ ସୁଖଦୁଃଖରେ ସବୁବେଳେ ସେମାନଙ୍କ ସାଥିରେ ରହିବେ। ୫-ଟି ସ୍କୁଲ ରୂପାନ୍ତରରେ ସେମାନଙ୍କ କାମକୁ ପ୍ରଶଂସା କରି ଆଗାମୀ ଦିନରେ ମଧ୍ୟ ବିକାଶ କାମକୁ ଆହୁରି ଜୋରରେ ଆଗେଇ ନେବେ ବୋଲି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଥିଲେ। ହିଞ୍ଜିଳି ଓ ଶେରଗଡ ବ୍ଲକ୍‌ର ଉନ୍ନତି ପାଇଁ ସମସ୍ତେ ମିଳିମିଶି ଏକ ଟିମ୍‌ ଭାବରେ କାମ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଥିଲେ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories