www.samajalive.in
Sunday, December 7, 2025
14.1 C
Bhubaneswar

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଯୋଗୀ ଆଦିତ୍ୟନାଥ

ଲଖନଉ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି)ର ଦମ୍‍ଦାର ବିଜୟ ପରେ ଯୋଗୀ ଆଦିତ୍ୟନାଥ ଆସନ୍ତାକାଲି ଦିଲ୍ଲୀ ଗସ୍ତ କରିବେ।
ସୂଚନା ଅନୁଯାୟୀ, ଯୋଗୀ ଆଦିତ୍ୟନାଥ ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଜେପି ନଡ୍ଡାଙ୍କ ସହ ସାକ୍ଷାତ କରିବେ। ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହ ହୋଲି ପରେ ହୋଇପାରେ ବୋଲି ଜଣାପଡିଛି। ଏହାପୂର୍ବରୁ ମାର୍ଚ୍ଚ ୧୦ରେ ହୋଇଥିବା ମତଗଣନାରେ ବିଜେପି ବହୁ ମାତ୍ରାରେ ୨୭୩ ଆସନରେ ଜିତି ଦମଦାର ବିଜୟ ହାସଲ କରିଥିଲା। ଏହା ପରେ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଦିନ ରାଜ୍ୟପାଳ ଆନନ୍ଦିବେନ୍‍ ପଟେଲଙ୍କୁ ଇସ୍ତଫା ଦେଇଛନ୍ତି। ଭୋଟ୍ ଫଳାଫଳ ପ୍ରକାଶ ପାଇବା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଯୋଗୀ ଆଦିତ୍ୟନାଥଙ୍କ ଏହା ପ୍ରଥମ ସାକ୍ଷାତ ହେବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories