www.samajalive.in
Monday, December 8, 2025
27.1 C
Bhubaneswar

୬.୧୦କୋଟି କ୍ଷତିପୂରଣ ପ୍ରଦାନ ନିର୍ଦେଶ

କଟକ: ଜାତୀୟ ଲୋକ ଅଦାଲତ ହାଇକୋର୍ଟରେ ଅନୁଷ୍ଠିତ ହୋଇଯାଇଛି। ଓଡିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ତଥା ହାଇକୋର୍ଟର ମୁଖ୍ୟ ବିଚାରପତି ଏସ.ମୁରଲୀଧର, ରାଜ୍ୟ ଆଇନ ସେବା ପ୍ରାଧିକରଣ କାର୍ଯ୍ୟକାରୀ ଅଧକ୍ଷ ବିଚାରପତି ଯଶବନ୍ତ ସିଂହ, ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ଏହି ଲୋକ ଅଦାଲତରେ ୬୯ ମାମଲାର ଫଇସଲା କରାଯାଇ କ୍ଷତିପୂରଣ ବାବଦରେ ୬ କୋଟି ୧୦ଲକ୍ଷ ୮୯ ହଜାର ଟଙ୍କା ପ୍ରଦାନ ପାଇଁ ନିର୍ଦେଶ ଦିଆଯାଇଛି। ବିଚାରପତି ସଙ୍ଗମ କୁମାର ସାହୁ, ବିଚାରପତି ବିଭୁ ପ୍ରସାଦ ରାଉତରାୟ, ବିଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀ, ବିଚାରପତି ସାବିତ୍ରୀ ରଥ, ବିଚାରପତି ଆଦିତ୍ୟ କୁମାର ମହାପାତ୍ର, ବିଚାରପତି ବିରାଜାପ୍ରସନ୍ନ ଶତପଥୀ ପ୍ରମୁଖ ଅନୁଷ୍ଠିତ ଜାତୀୟ ଲୋକ ଅଦାଲତରେ ମାମଲା ଗୁଡିକର ଫୈସଲା କରିଥିଲେ। ତେବେ ଏହି ଲୋକ ଅଦାଲତରେ ଆଇନଜୀବୀ, ମହକିଲ, ବୀମା କମ୍ପାନୀ ଅଧିକାରୀମାନେ ଅଂଶ ଗ୍ରହଣ କରିଥିଲେ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories