www.samajalive.in
Tuesday, December 9, 2025
26.1 C
Bhubaneswar

୩ ଜିଲାରେ ୩୭ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲାରେ ତାପମାତ୍ରା ବୃଦ୍ଧି ପାଉଛି। ୩ ଜିଲାରେ ତାପମାତ୍ରା ୩୭ ଡିଗ୍ରୀ ପାର କରିଥିବାବେଳେ ଟିଟିଲାଗଡରେ ସର୍ବାଧିକ ୩୭.୭ ଡିଗ୍ରୀ ରେକର୍ଡ କରାଯାଇଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଛି। ଏହାଛଡା ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ଓ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ଏବଂ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗତକାଲି ବୌଦ୍ଧରେ ସର୍ବାଧିକ ୩୭.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଆଜି ଟିଟିଲାଗଡରେ ଏହି ରେକର୍ଡକୁ ଅତିକ୍ରମ କରି ୩୭.୭ ଡିଗ୍ରୀ ପାର କରିଛି। ପଛକୁ ରହିଛି ବଲାଙ୍ଗିର। ଏଠାରେ ୩.୫ ଏବଂ ଛତ୍ରପୁରରେ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଛି। ଝାରସୁଗୁଡା, ସମ୍ବଲପୁର, ସୋନପୁର, ନୟାଗଡ ଏବଂ ଭଦ୍ରକରେ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି। ୧୫ ଏବଂ ୧୬ ତାରିଖରେ କିଛି ଜିଲାରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ସେହିପରି ଭୁବନେଶ୍ବରରେ ତାପମାତ୍ରା ସର୍ବାଧିକ ୩୫.୫ ରେକର୍ଡ କରାଯାଇଛି ଏବଂ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି।

Hot this week

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

Related Articles

Popular Categories