www.samajalive.in
Sunday, December 14, 2025
19.1 C
Bhubaneswar

ରାଜ୍ୟରେ ଶହେ ତଳକୁ ଖସିଲା କରୋନା ଦୈନିକ ସଂକ୍ରମଣ, ୧୧ ଜିଲ୍ଲାରେ ଶୂନ ପଜିଟିଭ୍‌

ଭୁବନେଶ୍ବର: ରାଜ୍ୟରେ ଶହେ ତଳକୁ ଖସିଲା କରୋନା ଦୈନିକ ସଂକ୍ରମଣ । ବହୁଦିନ ପରେ ରାଜ୍ୟରେ ୩ ଅଙ୍କ ତଳକୁ କରୋନା ଦୈନିକ ମାମଲା ଖସିଥିବା ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୩୬ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୨୩ ଜଣ ଆକ୍ରାନ୍ତ । ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ସମ୍ବଲପୁରରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୧୧ ଜିଲ୍ଲାରେ ରହିଛି ଶୂନ ପଜିଟିଭ୍‌ ମାମଲା । ଅର୍ଥାତ୍‌ କୌଣସି କରୋନା ମାମଲା ଚିହ୍ନଟ ହୋଇନାହିଁ ।

ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୧୬୩ ସଂକ୍ରମିତ । ରାଜ୍ୟରେ ଏଯାଏ କରୋନାରେ ମୋଟ୍‌ ସଂକ୍ରମତି ହୋଇଛନ୍ତି ୧୨,୮୬,୬୨୬ ଜଣ । ସେଥିମଧ୍ୟରୁ ୧୨,୭୬,୫୬୫ ଜଣ ସୁସ୍ଥ ହୋଇସାରିଥିବା ବେଳେ, ରାଜ୍ୟରେ ମୋଟ୍‌ ସକ୍ରିୟ ମାମଲା ରହିଛି ୮୯୭ ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories