www.samajalive.in
Sunday, December 7, 2025
23.1 C
Bhubaneswar

ଚିଲିକା ବିଧାୟକଙ୍କ ଗାଡ଼ି ଚଢାଇଦେବା ଘଟଣା; ଆହତଙ୍କୁ ଭେଟିଲେ ବିଜେପି ପ୍ରତିନିଧି ଦଳ

ଭୁବନେଶ୍ବର: ବାଣପୁର ବ୍ଲକରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଗାଡ଼ି ଚଢାଇଦେବା ଘଟଣାରେ ଭୁବନେଶ୍ବର ଏମ୍‌ସରେ ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଭେଟିଛନ୍ତି ବିଜେପି ପ୍ରତିନିଧି ଦଳ। ରବିବାର ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନେତୃତ୍ବରେ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ଅନେକ ବରିଷ୍ଠ ନେତା ଏମ୍ସ ଯାଇ ଆହତମାନଙ୍କୁ ଭେଟିବା ସହ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।

ସୂଚନାଯୋଗ୍ୟ, ଶନିବାର ବାଣପୁର ବ୍ଲକ ନିକଟରେ ବିଧାୟକ ପ୍ରଶାନ୍ତ ଜଗଦେବ ଲୋକଙ୍କ ଉପରେ ଗାଡ଼ି ଚଢାଇଦେଥି​‌ଲେ। ଗାଡ଼ି ଧକ୍କାରେ ମୋଟ୍‍ ୨୭ ଜଣ ଲୋକ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଠାରୁ ବଡ଼ କଥା ହେଉଛି ଆହତଙ୍କ ମଧ୍ୟରେ ଜଣେ ଆଇଆଇସିଙ୍କ ସମେତ ୭ଜଣ ପୁଲିସ କର୍ମଚାରୀ ରହିଛନ୍ତି। ଏଥିସହ ୨ଜଣ ସମ୍ବାଦିକ ମଧ୍ୟ ଏହି ଘଟଣାରେ ଆହତ ହୋଇଛନ୍ତି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗିରହିଥିଲା । ଲୋକଙ୍କ ଆକ୍ରମଣରେ ବିଧାୟକ ମଧ୍ୟ ଆହତ ହୋଇଛନ୍ତି। ବିଧାୟକଙ୍କୁ ପ୍ରଥମେ ଟାଙ୍ଗି ଓ ପରେ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି ।

- Advertisement -

 

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories