www.samajalive.in
Saturday, December 13, 2025
27.1 C
Bhubaneswar

କଂଗ୍ରେସର ଅଧ୍ୟକ୍ଷ ପଦରେ ରହିବେ ସୋନିଆ ଗାନ୍ଧି

ନୂଆଦିଲ୍ଲୀ: କଂଗ୍ରେସର ଅଧ୍ୟକ୍ଷ ପଦରେ ରହିବେ ସୋନିଆ ଗାନ୍ଧି। ସମସ୍ତଙ୍କର ତାଙ୍କ ନେତୃତ୍ବ ଉପରେ ଭରସା ରହିଛି। କାର୍ଯ୍ୟକାରୀିଣୀ ବୈଠକରେ ପୁଣି ଥରେ ତାଙ୍କ ଉପରେ କଂଗ୍ରେସ ଆସ୍ଥା ପ୍ରକଟ କରିଛି। କଂଗ୍ରେସ କାର୍ଯ୍ୟକାରିଣୀରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି କାର୍ଯ୍ୟକାରିଣୀ ଶେଷରେ ମଲ୍ଲିକାର୍ଜ୍ଜୁନ ଖଡ୍‌ଗେ ସୂଚନା ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଦଳର ଦୋଷତ୍ରୁଟି ସୁଧାରିବା ସହିତ ଆଗକୁ ଆସି ପଦକ୍ଷେପ ନେବାକୁ ନିଷ୍ପତ୍ତି ହୋଇଛି। ସୋନିଆ ଗାନ୍ଧିଙ୍କ ମାର୍ଗଦର୍ଶନରେ କଂଗ୍ରେସ ଯୋଜନା ପ୍ରସ୍ତୁତ କରି ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀରେ ସେ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକାରିଣୀ ବୈଠକରେ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ।

 

- Advertisement -

ନିକଟରେ ଶେଷ ହୋଇଥିବା ୫ଟି ରାଜ୍ୟର ବିଧାନସଭା ପାଇଁ ହୋଇଥିବା ନିର୍ବାଚନରେ ଶୋଚନୀୟ ପରାଜୟର ସମ୍ମୁଖୀନ ହେବା ପରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆଜି ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) କାର୍ଯ୍ୟାଳୟରେ କଂଗ୍ରେସ କାର୍ଯ୍ୟାକାରୀ କମିଟି (ସିଡବ୍ଲ୍ୟୁସି) ବୈଠକ ଡ଼କାଇଥିଲେ। କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହେଉଥିବା ଏହି ବୈଠକରେ ସମସ୍ତ ୫ଟି ରାଜ୍ୟରେ ଦଳର ବିପର୍ୟ୍ୟୟ ଏବଂ ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ଉପରେ ଆଲୋଚନା ହୋଇଥିଲା।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories