www.samajalive.in
Sunday, December 7, 2025
15.1 C
Bhubaneswar

୫ଟି ବିଦ୍ୟାଳୟର ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ଜିଲ୍ଲାପାଳ

ରାମନାଗୁଡା: ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଅଧିନରେ ୫ଟି ଯୋଜନାରେ ଅନ୍ତର୍ଭୁକ୍ତ ଥିବା ବ୍ଲକର ୭ଗୋଟି ଉଚ୍ଚ ବିଦ୍ୟାଳୟକୁ ସୋମବାର ଜିଲ୍ଲାପାଳ ସରୋଜ କୁମାର ମିଶ୍ର ପରିର୍ଦଶନ କରିଛନ୍ତି। ପରିଦର୍ଶନରେ ବିଦ୍ୟାଳୟରେ ଚାଲୁ ରହିଥିବା ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିସହ ରାଜ୍ୟ ସରକାର ବିଦ୍ୟାଳୟର ଉନ୍ନତିକରଣ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟରେ ବିଦ୍ୟାଳୟର ଉନ୍ନତିକରଣ ସକାଶେ ୩୫ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କରିଥିବା ବେଳେ ଉକ୍ତ ଅନୁଦାନରେ ରାମନାଗୁଡା ଆର୍ଦଶ ବିଦ୍ୟାଳୟ ୪ଟି ସ୍ମାର୍ଟ ଶ୍ରେଣୀକକ୍ଷ, ଇ-ଲାଇବ୍ରେରୀ, ଉଚ୍ଚକୋଟୀର ବିଜ୍ଞାନଗାର, ସ୍ମାର୍ଟ ଶୌଚାଳୟ ଆଦି ନିର୍ମାଣ କରାଯିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ବୋଲି କହିଥିଲେ। ତେବେ ଅନେକ ବିଦ୍ୟାଳୟର ପୁନରୁଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଆଉ କିଛି ବିଦ୍ୟାଳୟରେ ଉନ୍ନତି କାର୍ଯ୍ୟ ବିଳମ୍ବରେ ହେଉଥିବା ନେଇ ବିରକ୍ତି ପ୍ରକାଶ କରିଥିଲେ। ଉକାମ୍ବା ବିଦ୍ୟାଳୟରେ ସ୍ମାର୍ଟ ଶ୍ରେଣୀ ଗୃହଠାରୁ ଛାତ୍ରଛାତ୍ରୀଙ୍କ ନିମନ୍ତେ ଉଦ୍ଦିଷ୍ଟ ଶୌଚାଳୟ ବହୁ ଦୂରତା ରହିଥିବାରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଉପରେ ବିରକ୍ତି ଭାବ ପ୍ରକାଶ କରିଥିଲେ। ତେବେ ୫ଟି ଅଧିନରେ ରାମନାଗୁଡା ବ୍ଲକ ଆର୍ଦଶ ବିଦ୍ୟାଳୟ, ସୁଲୁଡି, ଅମଡିଙ୍ଗ ଉଚ୍ଚ ବିଦ୍ୟାଳୟ, ଗୁଲୁମୁଣ୍ଡା କସ୍ତରବା ଗାନ୍ଧୀ ବାଳିକା ବିଦ୍ୟାଳୟ, ଉକାମ୍ବା ଉଚ୍ଚ ବିଦ୍ୟାଳୟ, ଗୁମୁଡା ଦୈପଦୀ ବିଦ୍ୟାପୀଠ, ପରାଳା ଉଚ୍ଚ ବିଦ୍ୟାଳୟ ଆଦି ଅନ୍ତର୍ଭୁକ୍ତ ରହିଛି। ଏହି ପରିଦର୍ଶନ ସମୟରେ ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ବାରିହା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବେଣୁଧର ଶବର, ସହକାରୀ ଯନ୍ତ୍ରୀ ପ୍ରତାପ କୁମାର ମିଶ୍ର, ପିଏ ପି ତାରିଣୀ ରାଓ, ପଞ୍ଚାୟତ ନିର୍ବାହୀ ଅଧିକାରୀ ପି ଦିବାକର ରାଓ, କନିଷ୍ଠ ଯନ୍ତ୍ରୀ ହିମାଂଶୁ ରଥ, ସୋମେଶ୍ବର ରାଓ, ହରେକୃଷ୍ଣ ପଣ୍ଡା, ଲାଡି ରବି ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories