www.samajalive.in
Saturday, December 6, 2025
19.1 C
Bhubaneswar

ବନ୍ଧୁକ ମୁନରେ ୩୦ ଲକ୍ଷ ଲୁଟ ଅଭିଯୋଗ

ଭଦ୍ରକ : ଭଦ୍ରକ ଜିଲା ଗେଲଟିଆ କୁଆପଦା ଛକଠାରେ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ବନ୍ଧୁକ ଦେଖାଇ ୩୦ ଲକ୍ଷ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି। ଖବରଅନୁସାରେ ଭଦ୍ରକ ଜିଲାର ୟୁକୋ ବ୍ୟାଙ୍କ କର୍ମଚାରୀମାନେ କଚେରୀ ବଜାରଠାରେ ଥିବା ପିଏନବି ବ୍ୟାଙ୍କ ଶାଖାରୁ ୩୦ ଳକ୍ଷ ଟଙ୍କା ଉଠାଇ ଜଳଙ୍ଗାରେ ଥିବା ୟୁକୋ ବ୍ୟାଙ୍କ ଶାଖାକୁ ଏକ କାର ଯୋଗେ ଯାଉଥିଲେ। ରାସ୍ତାରେ କୁଆପଦା ଛକଠାରେ ୩ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଏକ ପଲସର ବାଇକରେ ଆସି ବନ୍ଧୁକ ଦେଖାଇ, ସେମାନଙ୍କୁ ଧମକାଇ ୩୦ଲକ୍ଷ ଟଙ୍କା ଲୁଟି ନେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories