www.samajalive.in
Saturday, December 6, 2025
26.1 C
Bhubaneswar

ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ ; ଜଣେ ଆତଙ୍କବାଦୀ ନିହତ

ଜମ୍ମୁ : ଜମ୍ମୁ-କାଶ୍ମୀରର ଅବନ୍ତିପୋରା ଜିଲାର ଚାରମୁ ଅଞ୍ଚଳରେ ମଙ୍ଗଳବାର ସକାଳେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଥିବା  ଖବର ପାଇ ସୁରକ୍ଷାକର୍ମୀ ଓ ପୁଲିସ ଅଞ୍ଚଳକୁ ଘେରାଉ କରି ତଲାସି ଅଭିଯାନ ଆରମ୍ଭ କରିଥିଲେ। ଆତଙ୍କବାଦୀ ନିଜକୁ ଘେରାଉ ଅବସ୍ଥାରେ ଦେଖି ପ୍ରଥମେ ଗୁଳିଚାଳନା କରିଥିଲେ। ଏହାପରେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା। ବତ୍ତର୍ମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି। ଆହୁରି ଦୁଇ ଜଣ ଆତଙ୍କବାଦୀ ସେଠାରେ ଲୁଚି ରହିଛନ୍ତି ବୋଲି ସୂଚନା ମିଳିଛି। ସୁରକ୍ଷା ଦୃଷ୍ଟିରୁ ଆଖାପାଖ ଯାତାୟତ ରାସ୍ତାକୁ ବନ୍ଦ ରଖାଯାଇଛି। ନାଗରିକଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନକୁ ପଠାଯାଇଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories