www.samajalive.in
Monday, December 8, 2025
20.1 C
Bhubaneswar

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା

ଭୁବନେଶ୍ବର: ଛାଡ଼ୁନି ବାତ୍ୟା ଭୟ । ପୁଣି ଆଉ ଏକ ବାତ୍ୟା ଆସୁଥିବା ଆଶଙ୍କା କରାଯାଉଛି । ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ନେଇ ସୂଚନା ଦେଇଛି ବିଭିନ୍ନ ପାଣିପାଗ ବିଭାଗ । ହେଲେ ବାତ୍ୟାର କୌଣସି ସ୍ପଷ୍ଟ ଚିତ୍ର ମିଳିପାରିନାହିଁ । ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୋଇପାରେ ବୋଲି ଅନୁମାନ କରାଯାଉଛି । ହେଲେ ବର୍ତ୍ତମାନ ବାତ୍ୟାକୁ ନେଇ କୌଣସି ସ୍ପଷ୍ଟ ଚିତ୍ର ଆସିନାହିଁ ।
ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ପାଗ ବଦଳିବା ସମ୍ଭାବନା ରହିଛି। ସୃଷ୍ଟି ହେବାକୁ ଥିବା ବାତ୍ୟାକୁ ନେଇ ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଜିଏଫଏସ, ଇସିଏମଡବ୍ଲୁଏଫ, ଆଇଏମଡି ଜିଏଫଏସ ମଡେଲ ଅନୁସାରେ ଆସନ୍ତା ୨୦ ତାରିଖବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ଅଛି । ଏହା କ୍ରମଶଃ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ । ହେଲେ ଏହାର ଗତିପଥ ଓ ତୀବ୍ରତା କିଛି ଜଣାପଡ଼ିନାହିଁ । ଧୀରେ ଧୀରେ ବାତ୍ୟାର ସ୍ପଷ୍ଟ ଚିତ୍ର ଆସିବ ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories