www.samajalive.in
Thursday, December 11, 2025
13.1 C
Bhubaneswar

ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମ୍ପ୍ରସାରିତ ସାମୂହିକ ସ୍ୱାସ୍ଥ୍ୟ ସେବା ପ୍ରଶିକ୍ଷଣ

ବାଙ୍କୀ: ଆୟୁଶ୍ମାନ ଭାରତ ଅନ୍ତର୍ଗତ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ କାର୍ଯ୍ୟରତ ପୁରୁଷ ଓ ମହିଳା ସ୍ୱାସ୍ଥ୍ୟକର୍ମୀମାନେ କିଭଳି ଭାବରେ ସମ୍ପ୍ରସାରିତ ସାମୂହିକ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବାର ଗୁରୁତ୍ୱ ବହନ କରିବେ ସେଥିନେଇ ୫ ଦିବସୀୟ ପ୍ରଶିକ୍ଷଣ ଶିବିରର ୨ୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଛି। ଏହି ପ୍ରଶିକ୍ଷଣ ଶିବିରକୁ ଭାରପ୍ରାପ୍ତ ଅଧିକ୍ଷକ ପୁଷ୍ପଲତା ମହାପାତ୍ର ଉଦଘାଟନ କରିବା ସହିତ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଛନ୍ତି। ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନ ବିଭିନ୍ନ ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଅଧିନରେ କାର୍ଯ୍ୟରତ ୨୩ଜଣ ପୁରୁଷ ଓ ମହିଳା ସ୍ୱାସ୍ଥ୍ୟକର୍ମୀ ଯୋଗଦାନ କରି ପ୍ରଶିକ୍ଷଣ ଗ୍ରହଣ କରିଛନ୍ତି। ଡାକ୍ତର ସୁମିତ୍ରା ସାହୁ ଏବଂ ଷ୍ଟାପ୍‍ ନର୍ସ ଉତ୍କଳିକା ସାହୁ ଏହି କାର୍ଯ୍ୟକ୍ରମରେ ପ୍ରଶିକ୍ଷିକା ଭାବରେ ପ୍ରଶିକ୍ଷଣ ପ୍ରଦାନ କରିଛନ୍ତି। ଆସନ୍ତା ଶୁକ୍ରବାର ପର୍ଯ୍ୟନ୍ତ ଏହି ପ୍ରଶିକ୍ଷଣ ସଞ୍ଚାଳିତ ହେବ ବୋଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ପ୍ରକାଶ କରିଛନ୍ତି। ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସମ୍ମିଳନୀ ପ୍ରକୋଷ୍ଠରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories