www.samajalive.in
Sunday, December 7, 2025
13.1 C
Bhubaneswar

ଦେଶରେ ଆଉ ୨,୮୭୬ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୨ ହଜାର ୮୭୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୯୮,୯୩୮କୁ ବୃଦ୍ଧି ପାଇଛି। ସେହିପରି ଆଉ ୩,୮୮୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୪,୫୦,୦୫୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୨%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୯୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୬,୦୭୨ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ୩୨,୮୧୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୮%। ୭,୫୨,୮୧୮ ନମୁନା ପରୀକ୍ଷା କରାଯାଇଥିବା ବେଳେ ୭୮,୦୫,୦୬,୯୭୪ ନମୁନା ପରୀକ୍ଷା କରାଯାଇଛି। ଦିନକ ପୂର୍ବରୁ ୧୮,୯୨,୧୪୩ ଟିକା ନେଇଥିବା ବେଳେ ମୋଟ ୧,୮୦,୬୦,୯୩,୧୦୭ ଟିକାକରଣ କରାଯାଇଛି। ଆଜି ସକାଳ ଯାଏଁ ୨,୧୮,୯୨୪ ଟିକା ନେଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories