www.samajalive.in
Sunday, December 7, 2025
18.1 C
Bhubaneswar

କାମ ସମୟରେ ଫୋନରେ କଥା ହୋଇପାରିବେନି ସରକାରୀ କର୍ମଚାରୀ !

ନୂଆଦିଲ୍ଲୀ: କାମ ସମୟରେ ସରକାରୀ କର୍ମଚାରୀ ଫୋନରେ ବ୍ୟକ୍ତିଗତ କଥା ହେବା ଅନୁଚିତ। ଏହା ଉପରେ ପ୍ରତିବନ୍ଧକ ଲଗାଯିବା ଉଚିତ। ମଙ୍ଗଳବାର କିଛି ଏମିତି ରାୟ ରଖିଛନ୍ତି ମାଦ୍ରାସ ହାଇକୋର୍ଟ। ମାଦ୍ରାସ ହାଇକୋର୍ଟଙ୍କ ମଦୁରାଇ ବେଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ଯେ, ସରକାରୀ କର୍ମଚାରୀଙ୍କୁ ଅଫିସ୍ ସମୟରେ ବ୍ୟକ୍ତିଗତ କାରଣ ପାଇଁ ମୋବାଇଲ୍ ଫୋନ୍ ବ୍ୟବହାର କରିବାକୁ ନ ଦିଆଯାଉ। ଏ ବାବଦରେ ନିୟମ ପ୍ରସ୍ତୁତ କରିବାକୁ ତାମିଲନାଡୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମାଦ୍ରାସ ହାଇକୋର୍ଟ।

କର୍ମକ୍ଷେତ୍ରରେ ମୋବାଇଲ୍ ଫୋନର ବ୍ୟବହାର ଯୋଗୁ ନିଲମ୍ବିତ ହୋଇଥିବା ସ୍ୱାସ୍ଥ୍ୟ ବିଭାଗର ଜଣେ କର୍ମଚାରୀଙ୍କ ଦ୍ବାରା ଦାଖଲ ହୋଇଥିବା ଏକ ଆବେଦନ ଉପରେ ଶୁଣାଣି ବେଳେ ଜଷ୍ଟିସ୍ ସୁବ୍ରମଣ୍ୟମ୍ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ସୁବ୍ରମଣ୍ୟମ୍ କହିଛନ୍ତି ଯେ, କାର୍ଯ୍ୟ ସମୟରେ ସରକାରୀ କର୍ମଚାରୀଙ୍କ ଦ୍ୱାରା ବ୍ୟକ୍ତିଗତ କାରଣ ପାଇଁ ଫୋନର ବ୍ୟବହାର ଏକ ସାଧାରଣ ଅଭ୍ୟାସରେ ପରିଣତ ହୋଇଛି, ଯାହାକି ଭୁଲ୍। ଏହି ପ୍ରସଙ୍ଗରେ ନିୟମ ପ୍ରସ୍ତୁତ କରିବା ଏବଂ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories