www.samajalive.in
Monday, December 8, 2025
13.1 C
Bhubaneswar

୨୧ରୁ ସକାଳୁଆ ସ୍କୁଲ !

ଭୁବନେଶ୍ବର : ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢିବାରେ ଲାଗିଛି। ଖରାଯୋଗୁଁ ଛାତ୍ରଛାତ୍ରୀଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ଦେଖା ଦେଇଛି। ବୁଧବାର ରାଜ୍ୟର ୩ଟି ସହର ଦିନର ତାପମାତ୍ରା ୪୦ ଡିଗ୍ରୀ ଓ ତା’ଠାରୁ ଅଧିକ ରହିଛି । ୪୦.୫ ଡ଼ିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଗ୍ରୀଷ୍ମପ୍ରବାହ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ସମୟ ବଦଳାଇବାକୁ ସରକାରୀ ସ୍ତରରେ ବିଚାରବିମର୍ଶ ଚାଲିଛି। ଏନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିବା ଜଣାପଡ଼ିଛି । ସରକାରୀ ଭାବେ ଏନେଇ କୌଣସି ଘୋଷଣା କରାଯାଇ ନଥିଲେ ମଧ୍ୟ ଖୁବ୍‌ଶୀଘ୍ର ପରିବର୍ତ୍ତିତ ସମୟ ସମ୍ବନ୍ଧରେ ଘୋଷଣା ହୋଇପାରେ।
ଆଜି ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗ୍ରୀଷ୍ମପ୍ରବାହକୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଏଥିରେ ସ୍ବତନ୍ତ୍ର ରିଲିଫ ଆୟୁକ୍ତଙ୍କ ସମେତ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଅନ୍ୟ ବିଭାଗର ଅଧିକାରୀ ଯୋଗଦେବେ।
ଏହି ବୈଠକରେ ଗ୍ରୀଷ୍ମପ୍ରବାହକୁ ନେଇ ସରକାରୀ ସ୍ତରରେ ପ୍ରସ୍ତୁତି ଏବଂ ଆଗାମୀ ପଦକ୍ଷେପ ସମ୍ବନ୍ଧରେ ସମୀକ୍ଷା କରାଯିବ ବୋଲି ଜଣାପଡ଼ିଛି। ୧୮ରେ ଦୋଳ ପୂର୍ଣ୍ଣିମା ଓ ୧୯ରେ ହୋଲି ରହିଛି । ୨୦ରେ ରବିବାର ଥିବାରୁ ୨୧ରୁ ବିଦ୍ୟାଳୟ ସକାଳୁଆ କରିବାକୁ ସରକାରୀ ସ୍ତରରେ ଯୋଜନା କରାଯାଇଛି। ତେବେ ଏନେଇ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇନି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ବିଦ୍ୟାଳୟ ନବମ ଶ୍ରେଣୀରୁ +୨ ପର୍ଯ୍ୟନ୍ତ ବିଦ୍ୟାର୍ଥୀଙ୍କର ପୂର୍ବାହ୍ନ ୧୦ଟାରୁ ପାଠପଢା ଆରମ୍ଭ ହେଉଥିବାବେଳେ ଅପରାହ୍ଣ ୪ଟାରେ ଶେଷ ହେଉଛି । ସେହିପରି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପୂର୍ବାହ୍ନ ୧୦ଟାରୁ ପାଠପଢା ଆରମ୍ଭ ହୋଇ ଅପରାହ୍ଣ ୧ଟାରେ ଶେଷ ହେଉଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ସମୟ ସକାଳୁଆ କରିବାକୁ ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଛି। ଏନେଇ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories