www.samajalive.in
Saturday, December 6, 2025
17.1 C
Bhubaneswar

ଦେଶରେ ହ୍ରାସ ଦୈନିକ ସଂକ୍ରମଣ ; ବୃଦ୍ଧି ଆରୋଗ୍ୟ ହାର

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୨,୫୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୧,୪୭୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୬,୧୩୨ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୦%। ସେହିପରି ଆଉ ୪,୪୯୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୪,୫୪,୫୪୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୩%। ୩୦,୭୯୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୭%। ୭,୧୭,୩୩୦ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୮,୧୨,୨୪,୩୦୪ ନମୁନା ପରୀକ୍ଷା କରାଯାଇଛି। ଦିନକ ପୂର୍ବରୁ ୧୭,୮୬,୪୭୮ ଟିକା ନେଇଥିବା ବେଳେ ମୋଟ ୧,୮୦, ୮୦, ୨୪,୧୪୭ ଟିକାକରଣ କରାଯାଇଛି। ଆଜି ସକାଳ ଯାଏଁ ୧,୬୧,୫୨୮ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories