www.samajalive.in
Monday, December 8, 2025
13.1 C
Bhubaneswar

ଛାତ୍ରୀଙ୍କୁ ଛୁରାମାଡ ଅଭିଯୋଗ, କାରଣ ଅସ୍ପଷ୍ଟ

କଟକ: ଜଣେ କଲେଜ ଛାତ୍ରୀଙ୍କୁ ଛୁରାମାଡ ହୋଇଥିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ଅଡଶପୁର ଉଦୟନାଥ କଲେଜର ବୋଲି ଜଣା ପଡିଛି। ଛାତ୍ରୀଙ୍କର ଅଣ୍ଟା ଓ ଗୋଡରେ ଆଘାତ ଲାଗିଛି। ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ଛୁରାମାଡ କରିଥିବା ଛାତ୍ର ଜଣକ ଛାତ୍ରୀଙ୍କର ସହପାଠୀ ଅଟନ୍ତି। ସେ ଛାତ୍ରୀଙ୍କୁ କଲେଜ କ୍ୟାମ୍ପସ ବାହାରେ ଛୁରାମାଡ କରିଥିଲେ। ତେବେ ଛୁରାମାଡ କରିବାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଏନେଇ ତଦନ୍ତ ଆରମ୍ଭ କରିଛି।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories