www.samajalive.in
Thursday, December 11, 2025
18.1 C
Bhubaneswar

ରାଜ୍ୟରେ କମୁଛି କରୋନା ସଂକ୍ରମଣ, ୧୮ ଜିଲ୍ଲାରେ ନାହାନ୍ତି ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଲଗାତର କିଛିଦିନ ହେବ ରାଜ୍ୟରେ ଶହେ ତଳେ ରହୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତ ରହିଥିବା ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ । ସେହିପରି ଗୋଟିଏ ଦିନରେ ରାଜ୍ୟରେ ଆଉ ୬୭ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଛନ୍ତି । ସବୁଠାରୁ ବଡ଼ କଥା ହେଉଛି ଧୀରେ ଧୀରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ କରୋନା ସଂକ୍ରମଣ କମିବାରେ ଲାଗିଛି । ଫଳରେ ଆଜି ରାଜ୍ୟର ୧୮ ଜିଲ୍ଳାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଅର୍ଥାତ ୧୬ ଜିଲ୍ଲାରୁ ୪୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ ରହିଛି । ରାଜ୍ୟରେ ମୋଟ୍ ୧୨୮୭ ୧୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସେଥିମଧ୍ୟରୁ କରୋନାରୁ ସୁସ୍ଥ ହେଲେଣି ୧୨୭୭୪୨୪ ଆକ୍ରାନ୍ତ ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories