www.samajalive.in
Saturday, December 13, 2025
26.1 C
Bhubaneswar

ବାର୍ଷିକ ଉତ୍ସବ ଉଦ୍‌ଯାପିତ

ସାକ୍ଷୀଗୋପାଳ: ସାକ୍ଷୀଗୋପାଳ ମନ୍ଦିର ସିଂହଦ୍ୱାର ସମ୍ମୁଖରେ ସତ୍ୟବାଦୀ କଳା ସଂସଦ ତରଫରୁ ୫ମ ବାର୍ଷିକ ଉତ୍ସବ ଉଦଯାପିତ ହୋଇଯାଇଛି। ସତ୍ୟବାଦୀ ବ୍ଲକ ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷୀରୋଦ କୁମାର ବେହେରା ମୁଖ୍ୟ ଅତିଥି ରୂପେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଯାପନୀ ଉତ୍ସବଟିକୁ ଉଦଘାଟନ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ଗୁରୁ ଭଜମନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ମଣ୍ଡଳ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ବେହେରା, ମୁଖ୍ୟ ବକ୍ତା ଶିକ୍ଷକ ପ୍ରଭାତ ଚନ୍ଦ୍ର ରଥ, ସମ୍ମାନିତ ଅତିଥି ରୂପେ ପେଣ୍ଠପଡ଼ା ସରପଞ୍ଚ ଚିନ୍ମୟ ରାଉତ, ସମିତି ସଭ୍ୟ ସୁମନ୍ତ ଘଟୁଆରୀ ଓ  ଶିକ୍ଷକ ଜିତେନ୍ଦ୍ର  ପ୍ରସାଦ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ ।

ସତ୍ୟବାଦୀ କଳା ସଂସଦର ଛାତ୍ରଛାତ୍ରୀ ମାନେ ମଙ୍ଗଳାଚରଣ, ଓଡିଶୀ, ସମ୍ବଲପୁରୀ, ଲୋକ ନୃତ୍ୟ ଓ ଆଧୁନିକ ନୃତ୍ୟ ଓ ସଂଗୀତ ପରିବେଷଣ କରିଥିଲେ ।ଆଇନଜୀବୀ ଅଞ୍ଜନ କୁମାର ହୋତା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଶେଷରେ ସତ୍ୟବାଦୀ ପ୍ରେସ କ୍ଳବର ସଭାପତି କିଶୋର ଚନ୍ଦ୍ର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories