www.samajalive.in
Sunday, December 7, 2025
23.1 C
Bhubaneswar

ସରିଲା ନିର୍ବାଚନ, ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ପୁଣି ଦେଶରେ ବଢ଼ିଲା ତୈଳ ଦର । ଦେଶରେ ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି । ଲଗାତର ୧୩୬ ଦିନ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଥିବା ବେଳେ ଆଜି ୧୩୭ ଦିନରେ ଏହାର ଦାମକୁ ବୃଦ୍ଧି କରାଯାଇଛି । ରାଷ୍ଟ୍ରୀୟ ସ୍ତରରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୮୦ ପଇସା ବୃଦ୍ଧି ପାଇଛି । କୁହାଯାଉଛି ୫ ରାଜ୍ୟର ନିର୍ବାଚନ ପରେ ସରାକର ପୁଣିଥରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି କରିଛନ୍ତି । ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ପୂର୍ବରୁ ୯୫ଟଙ୍କା ୪୧ ପଇସା ଥିବା ବେଳେ ଏହା ବୃଦ୍ଧି ପାଇ ୯୬ ଟଙ୍କା ୨୧ ପଇସାରେ ପହଞ୍ଚିଛି ।

ସେହିପରି ଦିଲ୍ଲୀରେ ଡିଜେଲ ମଧ୍ୟ ୮୬.୬୭ ଟଙ୍କାରୁ ୮୭.୪୭ ଟଙ୍କାକୁ ବୃଦ୍ଧି ପାଇଛି । ଓଡ଼ିଶାରେ ମଧ୍ୟ ପେଟ୍ରୋଲ ଦର ଦୀର୍ଘଦିନ ପରେ ୧୦୨ ଟଙ୍କା ଟପିଛି । ମାୟାନଗରୀ ମୁମ୍ବାଇରେ ପେଟ୍ରୋଲ ଦର ୧୦୯. ଟଙ୍କା ୯୮ ପଇସାରୁ ୧୧୦.୮୨ ଟଙ୍କାକୁ ବୃଦ୍ଧି ପାଇଛି । ଡିଜେଲ ମଧ୍ୟ ମୁମ୍ବାଇରେ ୯୫ ଟଙ୍କା ରହିଛି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories