www.samajalive.in
Saturday, December 13, 2025
23.1 C
Bhubaneswar

ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଓ ୨ ଜଣ ବିଇଓ ,ଏପର୍ଯ୍ୟନ୍ତ ୧୬୪ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର : ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି।

ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁ ସମୟରେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ମଧ୍ୟ ଜୋର ଦେଇ ଆସିଛନ୍ତି। ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

- Advertisement -

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ,  ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ବିଦ୍ୟୁତ ବିଭାଗ ମୁଖ୍ୟଯନ୍ତ୍ରୀ ସୁନିଲ୍ କୁମାର ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଅଛି । ତାଙ୍କ ପାଖରେ ୩.୨୬ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା। ଏଥିପାଇଁ ତାଙ୍କୁ ନିଲମ୍ବିତ ମଧ୍ୟ କରାଯାଇଥିଲା। ସାଧୁତା ଅବଲମ୍ବନ ନ କରିବା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବ୍ରହ୍ମପୁର ଗ୍ରାମ୍ୟ ବିଦ୍ୟୁତ ଡିଭିଜନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଥିଲା । ତାଙ୍କ ପାଖରେ ୭.୬୩ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା ଏବଂ ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା। ତାଙ୍କୁ ବାଧ୍ୟତା ମୂଳକ ଅବସର ଦିଆଯାଇଛି।

ଭୁବନେଶ୍ୱରର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (Testing and Calibration) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଦୀପକ କୁମାର ଭୁୟାଁଙ୍କ ନାମରେ ଦୁଇଟି ଦୁର୍ନିତୀ ମାମଲା ରହିଛି।ସେହିପରି ଭୁବନେଶ୍ୱରର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ED &  Inspection) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ତାଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡା ଜିଲ୍ଲାର ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଅନ୍ତର୍ଯ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଅଛି। ସେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରିଥିଲେ। ତାଙ୍କୁ ୨୦୨୨ ମାର୍ଚ୍ଚ ୨ ତାରିଖ ଦିନ ଗିରଫ କରାଯାଇ ତା ପରଦିନ କୋର୍ଟକୁ ପଠାଯାଇଥିଲା । ସେହିପରି ଗଜପତି ଜିଲ୍ଲାର ନୂଆଗଡସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ଅଫିସ ଭିତରେ ୩୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରୁଥିଲାବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ। ତାଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ଅବା ପେନସନ ବନ୍ଦ କରାଯାଇଛି ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories