www.samajalive.in
Monday, December 8, 2025
24.1 C
Bhubaneswar

କ୍ରାଇମବ୍ରାଞ୍ଚକୁ ମାନସ ସ୍ୱାଇଁ ହତ୍ୟା ମାମଲାର ତଦନ୍ତ ଦାୟିତ୍ବ

ଭୁବନେଶ୍ବର :  କ୍ରାଇମବ୍ରାଞ୍ଚ, ଫଟୋଗ୍ରାଫର ମାନସ ସ୍ୱାଇଁ ହତ୍ୟା ମାମଲାର ତଦନ୍ତ କରିବ। ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଏହି  ନିର୍ଦ୍ଦେଶ ଦେଇଛନ୍ତି । ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଡିଜିପି ଏହି ନିର୍ଦ୍ଦେଶ ଦେଇଛନ୍ତି ବୋଲି କ୍ରାଇମବ୍ରାଞ୍ଚ ଅତିରିକ୍ତ ମହାନିର୍ଦ୍ଦେଶକ ସଂଜୀବ ପଣ୍ଡା ସୂଚନା ଦେଇଛନ୍ତି ।

ଏହି ମାମଲାର ତଦନ୍ତ ପାଇଁ ୨ଟି ତଦନ୍ତକାରୀ ଦଳ  ଗଠନ ହୋଇଛି । କ୍ରାଇମବ୍ରାଞ୍ଚ ଡିଏସପି କଳ୍ପନା ସାହୁଙ୍କ ନେତୃତ୍ୱରେ ଏହି ଦଳ ଗଠନ ହୋଇଛି। ୯ ଜଣ ସଦସ୍ୟଙ୍କୁ ନେଇ ୨ଟି ଦଳ ଗଠନ ହୋଇଛି । ୫ ଜଣିଆ ଦଳ ହତ୍ୟା ମାମଲାର ତଦନ୍ତ କରିବ। ଅନ୍ୟ ୪ ଜଣିଆ ଦଳ ମୁଖ୍ୟ ଅଭିଯୁକ୍ତକୁ ଧରିବାରେ ସହାୟତା କରିବ। ଘଟଣାଟି ରାଜ୍ୟର ବିଭିନ୍ନ ଜିଲ୍ଲାରେ ସଂଗଠିତ ହୋଇଥିବାରୁ, ଗୋଟିଏ ଦଳ ନୟାଗଡ଼, ଭୁବନେଶ୍ୱର ଏବଂ ଭଦ୍ରକରେ ତଦନ୍ତ କରିବ। ଅନ୍ୟ ତଦନ୍ତକାରୀ ଦଳ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କୁ ଗିରଫ କରିବା ନେଇ ମୁତୟନ ରହିବ ବୋଲି କ୍ରାଇମବ୍ରାଞ୍ଚ ଏଡିଜି ଶ୍ରୀ ପଣ୍ଡା କହିଛନ୍ତି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories