www.samajalive.in
Saturday, December 6, 2025
17.1 C
Bhubaneswar

ବିଧାନସଭା ବଜେଟ୍‍ ଅଧିବେଶନ ; ରାଜ୍ୟପାଳଙ୍କ ଅଭିଭାଷଣ

ଭୁବନେଶ୍ୱର : ବିଧାନସଭାରେ ବଜେଟ୍‍ ଅଧିବେଶନ ଆରମ୍ଭ ସହ ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଅଭିଭାଷଣ ଦେଇଛନ୍ତି। ତାମିଲନାଡୁର କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ସିଡିଏସ ବିପିନ ରାୱତଙ୍କ ସହ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାସହ ଶୋକସନ୍ତପ ପରିବାର ବର୍ଗ ପ୍ରତି ସମବେଦନା ଜଣାଇଛନ୍ତି। କରୋନା କାଳରେ ଲଢିଥିବା ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରାଜ୍ୟର ପ୍ରତି ଲୋକକୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଦିଆଯାଉଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜରିଆରେ ମାଗଣାରେ ସେବା ଯୋଗାଇ ଦିଆଯାଉଛି। କ୍ୟାପିଟାଲ ହସ୍ପିଟାଲରେ ପିଜିଆଇ ପାଇଁ ସରକାର ମଞ୍ଜୁର କରିଛନ୍ତି। କରୋନା ମୁକାବିଲା ପାଇଁ ୫ କୋଟିରୁ ଅଧିକ ଟଙ୍କା ଦିଆଗଲାଣି। କରୋନା ପରୀକ୍ଷା ପାଇଁ ବ୍ଲକ ସ୍ତରରେ ମଧ୍ୟ ବ୍ୟବସ୍ଥା କରାଯାଇଛି। ୩୦ ଜିଲାକୁ ରେଳ ସଂଯୋଗ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ସଡକ ନିର୍ମାଣ ଓ ପରିବହନ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories