www.samajalive.in
Friday, December 12, 2025
19.1 C
Bhubaneswar

୨୦୨୨ ସୁଦ୍ଧା ସହରାଞ୍ଚଳ ଓ ୨୦୨୪ ସୁଦ୍ଧା ଗ୍ରାମାଞ୍ଚଳରର ସମସ୍ତ ପରିବାରକୁ ମିଳିବ ପାଇପ୍‍ ଯୋଗେ ପାନୀୟଜଳ

ଭୁବନେଶ୍ୱର: ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟର ସହରାଞ୍ଚଳରେ ଥିବା ସମସ୍ତ ପରିବାରକୁ ପାଇପ୍‍ ଯୋଗେ ପାନୀୟଜଳ ଯୋଗାଇ ଦିଆଯିବ ବୋଲି ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରତାପ ଜେନା ଆଜି ବିଧାନସଭାରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୯୦% କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି।

ଆଜି ପ୍ରଶ୍ନକାଳରେ ବିଧାୟକମାନଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ଯେ ରାଜ୍ୟର ମୋଟ୍‍ ୩୧୪ଟି ବ୍ଲକ ମଧ୍ୟରୁ ୧୬୦ଟି ବ୍ଲକରେ ୧୧୦ଟି ବୃହତ୍‍ ପାନୀୟଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲୁ ରହଛି ଏବଂ ୧୨ଟି ବ୍ଲକରେ ୯ଟି ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ପରେ କାର୍ଯ୍ୟକ୍ଷମ ହୋଇଛି। ତେବେ ଅଧିକାଂଶ ସ୍ଥାନରେ ପାନୀୟଜଳ ପ୍ରକଳ୍ପ ସରିବାରେ ବିଳମ୍ବ ଯୋଗୁଁ ଦଳମତ ନିର୍ବିଶେଷରେ ସଦସ୍ୟମାନେ ଗୃହରେ ଉଦ୍‍ବେଗ ପ୍ରକାଶ କରିବା ସହିତ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ହେବା ପର୍ଯ୍ୟନ୍ତ ପୁରୁଣା ପ୍ରକଳ୍ପର ରକ୍ଷଣାବେକ୍ଷଣ ସହିତ ବିଧାୟକମାନଙ୍କୁ ଟିଉବୱେଲ ସ୍ଥାପନ ପାଇଁ କ୍ଷମତା ପ୍ରଦାନ ପାଇଁ ଦାବି କରିଛନ୍ତି।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories