www.samajalive.in
Monday, December 8, 2025
17.1 C
Bhubaneswar

ଫିରୋଜାବାଦରେ ଦୁର୍ଘଟଣା ; କଣ୍ଟେନର-ଜିପ୍‍ ଧକ୍କା,୫ ମୃତ

ଫିରୋଜାବାଦ : ଉତ୍ତରପ୍ରଦେଶର ଫିରୋଜାବାଦରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଥିବା ନେଇ ବୁଧବାର ଖବର ମିଳିଛି। ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନା ଯୋଗ୍ୟ, ଫିରୋଜାବାଦ ଜିଲାର ତୁଣ୍ଡଲା ଥାନା ଅଞ୍ଚଳରେ ଜାତୀୟ ରାଜପଥ ସ୍ଥିତ ଟୋଲ ଗେଟ୍‍ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ କଣ୍ଟେନର ସହ ଜିପ୍‍ ର ଧକ୍କା ହୋଇଛି। ଜିପ୍‍  ରେ ଥିବା ଯାତ୍ରୀଙ୍କ ମଧ୍ୟରେ ୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ୨ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଦୁର୍ଘଟଣା ପରେ ଆଗ୍ରା-ଫିରୋଜାବାଦ ଜାତୀୟ ରାଜମଥ ଜାମ୍‍ ହେବା ସହ ଅନେକ ସମୟ ଯାଏଁ ଗାଡିମଟର ଅଟକି ରହିଥିଲା। ଧିରେ ଧିରେ ଗମନାଗମନ ସ୍ୱଭାବିକ ହୋଇଥିଲା।

 

- Advertisement -

 

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories