www.samajalive.in
Thursday, December 11, 2025
18.1 C
Bhubaneswar

ବୌଦ୍ଧରେ ଜିଲ୍ଳାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ ଅନୁଷ୍ଠିତ

ବୌଦ୍ଧ: ସ୍ଥାନୀୟ ଟାଉନ୍ ହଲ୍‌ଠାରେ ଜିଲ୍ଳାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ-୨୦୨୨ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଯୋଗ ଦେଇଥିଲେ । ଜିଲ୍ଳା ମୁଖ୍ୟଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଡା. ଅଭୟ କୁମାର ଦାଶ ସ୍ୱାଗତ ଭାଷଣ ପ୍ରଦାନ କରି ଗ୍ରାମାଂଚଳରେ ସ୍ୱାସ୍ଥ୍ୟସେବା ପହଂଚାଇବାରେ ଆଶାକର୍ମୀଙ୍କ ଭୂମିକାକୁ ପ୍ରଶଂସା କରିଥିଲେ । ଜିଲ୍ଲାପାଳ ଶ୍ରୀମିଶ୍ର ଜିଲ୍ଳାର ଦୁର୍ଗମ ଅଂଚଳରେ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ଓ କୋଭିଡ୍ ମହାମାରୀର ମୁକାବିଲା କରିବା କ୍ଷେତ୍ରରେ ଆଶାକର୍ମୀଙ୍କ ଅବଦାନ ଉଲ୍ଲେଖନୀୟ ବୋଲି ମତବ୍ୟକ୍ତ କରିଥିଲେ ।

ଚଳିତ ବର୍ଷ ନିମନ୍ତେ ଶ୍ରେଷ୍ଠ ଆଶା ଭାବେ ବୌଦ୍ଧ ବ୍ଲକର ଚନ୍ଦ୍ରମା ମେହେର, ହରଭଙ୍ଗା ବ୍ଲକର ନିଶାବତୀ ଦେହୁରୀ, କଂଟାମାଳ ବ୍ଲକର ରୀତା ପ୍ରଧାନଙ୍କୁ, ସୁସ୍ଥ ଗାଁ ରୂପେ ବୌଦ୍ଧର ଗୋଚ୍ଛାପଡ଼ା, ହରଭଙ୍ଗାର କୃଷ୍ଣପାଲି, କଂଟାମାଳର ଶିଆଳିଝୁଲି  ତଥା ସୁସ୍ଥ ପଞ୍ଚାୟତ ଭାବେ ଯଥାକ୍ରମେ ଶଗଡ଼ା, ବନ୍ଧାପଥର ଓ ଯୋଗେନ୍ଦ୍ରପୁର ପଂଚାୟତକୁ ପୁରସ୍କାର ଅର୍ଥରାଶି ଭାବେ ଦଶ ହଜାର ଟଙ୍କାର ଚେକ୍ ଓ ମାନପତ୍ର ପ୍ରଦାନ କରାଯାଇଥିଲା । ସ୍ୱାସ୍ଥ୍ୟସେବାରେ ଗୋଷ୍ଠୀର ସହଭାଗିତା ବାର୍ତ୍ତାକୁ ନେଇ ଚଳିତ ବର୍ଷ ଅନୁଷ୍ଠିତ ହୋଇଥିବା ଏହି ସମ୍ମିଳନୀରେ ଜିଲ୍ଳାର ପ୍ରାୟ ତିନିଶହରୁ ଊର୍ଦ୍ଧ୍ଵ ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ, ଏ.ଏନ୍‌.ଏମ୍‌, ପଂଚାୟତିରାଜ ଲୋକପ୍ରତିନିଧି ତଥା ବହୁ ସରକାରୀ ଅଧିକାରୀ ମାନେ ଅଂଶଗ୍ରହଣ କରିଥିଲେ ।

- Advertisement -

ପରେପରେ ଆଶା ଓ ଅଙ୍ଗନବାଡ଼ି କର୍ମୀ ମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏଥିସହିତ ଜିଲ୍ଳାରେ ଯକ୍ଷ୍ମାନିୟନ୍ତ୍ରଣରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଆଶାକର୍ମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଳା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରଦୋଷ କୁମାର ମହାପାତ୍ର, ଜିଲ୍ଳା ପରିବାର କଲ୍ୟାଣ ଅଧିକାରୀ ଡା. ଭଂଜକିଶୋର ରାମଚନ୍ଦ୍ର ଦେଓ ହେମ୍ରମ୍‌, ମୁଖ୍ୟ ଚିକିତ୍ସାଳୟର ଅଧୀକ୍ଷକ ଡା. କିଶୋର ଚନ୍ଦ୍ର ପଟ୍ଟନାୟକ, ଜିଲ୍ଳା ସମାଜ ମଙ୍ଗଳ ଅଧିକାରୀ ଲକ୍ଷ୍ୟପତି ଭୋଇ, ଡିପିଏମ୍ ରୂପକ ମହାପାତ୍ର ଓ ସ୍ୱାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ପଦାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଳା ପ୍ରଜନନ ଓ ଶିଶୁ ସ୍ୱାସ୍ଥ୍ୟ ପରିଚାଳକ ଗିରିଜା ପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ସଂଚାଳନ କରିଥିବାବେଳେ ଆଶା ମ୍ୟାନେଜର୍ ପ୍ରଫୁଲ୍ଲ କୁମାର ସାହୁ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories