www.samajalive.in
Wednesday, December 10, 2025
14.1 C
Bhubaneswar

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଖାରଜ

ଭୁବନେଶ୍ବର:  ଆଜି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଜାମିନ ଆବେଦନ କରିଥିଲେ ଏବଂ ତାଙ୍କର ଜାମିନ ଆବେଦନକୁ ଖାରଜ କରି ଦିଆଯାଇଛି। ବାଣପୁର ଆସିଷ୍ଟାଣ୍ଡ ସେସନ୍ ଜଜ୍ ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନକୁ ଖାରଜ କରିଛନ୍ତି। ଲୋକ ଓ ପୁଲିସଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଖାରଜ ହୋଇଯାଇଛି।
ଗାଡି ମଡ଼ାଇ ହତ୍ୟା କରିବା ଭଳି ସଂଗୀନ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ପୁଣି ଅସୁସ୍ଥ ହେବାରୁ ତାଙ୍କର ଚିକିତ୍ସା ଚାଲିଛି। ଚିକିତ୍ସାଧିନ ଥିବା ବିଧାୟକ ସୁସ୍ଥ ହେବା ପରେ ପୁଣି ବାଣପୁର ଉପକାରାଗାରକୁ ଫେରିବେ ବୋଲି ଜଣାପଡିଛି। ତେବେ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୯ ଜଣଙ୍କୁ ପୁଲିସ ଗିରଫ କରିଥିବା ବେଳେ ଜାମିନ ଖାରଜ ହେବାରୁ ସେମାନଙ୍କୁ ମଧ୍ୟ ବାଣପୁର ଉପ କାରାଗାରକୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି।

ଏଠାରେ ସୂଚନା ଯୋଗ୍ୟ ଯେ ବାଣପୁର ବ୍ଲକ ନିକଟରେ ବିଧାୟକ ପ୍ରଶାନ୍ତ ଜଗଦେବ ଲୋକଙ୍କ ଉପରେ ଗାଡ଼ିମଡ଼ାଇ ଦେଇଥିଲେ । ଗାଡ଼ି ଧକ୍କାରେ ମୋଟ୍‍ ୨୭ ଜଣ ଲୋକ ଆହତ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଥିଲା। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସବୁଠାରୁ ବଡ଼ କଥା ହେଉଛି ଆହତଙ୍କ ମଧ୍ୟରେ ଜଣେ ଆଇଆଇସିଙ୍କ ସହ ୭ଜଣ ପୁଲିସ କର୍ମଚାରୀ ରହିଥିଲେ। ବିଧାୟକଙ୍କ ଗାଡ଼ି ଆଗରୁ ସାମ୍ବାଦିକ ବି ବର୍ତ୍ତି ନ ଥିଲେ। ୨ଜଣ ସମ୍ବାଦିକ ମଧ୍ୟ ଏହି ଘଟଣାରେ ଆହତ ହୋଇଥିଲେ।

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories