www.samajalive.in
Tuesday, December 9, 2025
15.1 C
Bhubaneswar

ଓସିପିଏଲ୍ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ

ଭୁବନେଶ୍ବର: ଓଡିଶା ସରକାରଙ୍କର ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡିଶା କୋଲ୍‌ ଆଣ୍ଡ ପାୱାର ଲିମିଟେଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଆଜି ଏହି ଉପଲକ୍ଷେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶକ୍ତି ସଚିବ ନିକୁଞ୍ଜ ଧଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ କୋଟି ଟଙ୍କାର ଏକ ଚେକ୍‌ ମୁଖ୍ୟ ଶାସନ ସଚିବ ସୁରେଶ ମହାପତ୍ରଙ୍କୁ ପ୍ରଦାନ କରିଥିଲେ। ‌ଓସିପିଏଲ୍‌ର ଲାଭାଂଶରୁ ଏହି ଅର୍ଥ ପ୍ରଦାନ କରାଯାଇଛି। ଏହି କାର୍ୟ୍ୟକ୍ରମରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଓସିପିଏଲର ସିଇଓ ସାରିପୁତ୍ତ ମିଶ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଫିସର୍ ମାନେ ଉପସ୍ଥିତ ଥିଲେ।

 

- Advertisement -

ସୂଚନାଯୋଗ୍ୟ ଯେ ଓସିପିଏଲ ବହୁତ କମ୍ ସମୟ ମଧ୍ୟରେ ରାଜ୍ୟର ଏକ ପ୍ରମୁଖ ଲାଭଦାୟକ ସରକାରୀ ଉଦ୍ୟୋଗ ଭାବେ ପରିଗଣିତ ହୋଇଛି। ଦେଶରେ କୋଇଲା ସଙ୍କଟ ସମୟରେ ଓସିପିଏଲ୍ ଏବର୍ଷ ସରକାର ଧାର୍ଯ୍ୟ କରିଥିବା ଲକ୍ଷ୍ୟଠାରୁ ଅଧିକ କୋଇଲା ଉତ୍ପାଦନ କରିଛି।ଏହି କୋଇଲା ରାଜ୍ୟ ଏବଂ ରାଜ୍ୟ ବାହାରର ଅନେକ ଶିଳ୍ପାନୁଷ୍ଠାନରେ ବ୍ୟବହୃତ ହୋଇପାରିଛି।
ଓସିପିଏଲ୍, ସୁନ୍ଦରଗଡ ଜିଲ୍ଲାର ମହିଳା ଏବଂ ଯୁବଗୋଷ୍ଠି ମାନଙ୍କର ସଶକ୍ତିକରଣ ପାଇଁ ବିଭିନ୍ନ ପନ୍ଥା ମାଧ୍ୟମରେ ନିରନ୍ତର ଉଦ୍ୟମ ଜାରି ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories