ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ଚିନ୍ତାଧାରା ଉନ୍ନତମାନର ହେବ। ତପ-ସାଧନାରେ ବ୍ରତୀ ହୋଇପାରନ୍ତି। ଯଜ୍ଞାଦି କର୍ମରେ ବ୍ୟୟାଧିକ ହୋଇପାରେ। କୃତ୍ତିକା ନକ୍ଷତ୍ରର ସାମାନ୍ୟ ଶୁଭ ଫଳ।
ବୃଷ : ରୋହିଣୀ ନକ୍ଷତ୍ରଜାତ ବ୍ୟକ୍ତି ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ। କୃତ୍ତିକା ଓ ମୃଗଶିରାର ସାମାନ୍ୟ ଶୁଭ।
ମିଥୁନ : ଆର୍ଦ୍ରା ନକ୍ଷତ୍ରଜାତ ବ୍ୟକ୍ତି କର୍ମ କ୍ଷେତ୍ରରୁ ଅପୂର୍ବ ସଫଳତା ଲାଭ କରିବେ। ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ। ବିବାଦରେ ବିଜୟୀ ହେବେ। ମୃଗଶିରା ଓ ପୁନର୍ବସୁର ସାମାନ୍ୟ ଶୁଭ।
କର୍କଟ : ପୁଷ୍ୟା ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ କାର୍ଯ୍ୟରେ ସଫଳତା ମିଳିବ। ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିବେ। ପ୍ରତିଯୋଗିତାରେ ବିଜୟୀ ହେବେ। ମୃଗଶିରା ଓ ପୁନର୍ବସୁର ସାମାନ୍ୟ ଶୁଭ।
ସିଂହ : ମଘା ଓ ପୂର୍ବା ଫାଲ୍ଗୁନୀ ନକ୍ଷତ୍ର ଜାତ ବ୍ୟକ୍ତି ଉପୁଜିଥିବା ସମସ୍ୟାର ମୁକାବିଲା କରି ଉଧୁରିଯାଇ ପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଉତ୍ତରା ଫାଲ୍ଗୁନୀ ଜାତ ବ୍ୟକ୍ତି ସତର୍କରେ ଚଳିବେ।
କନ୍ୟା : ହସ୍ତା ନକ୍ଷତ୍ରଜାତ ବ୍ୟକ୍ତି ଧର୍ମପତ୍ନୀଙ୍କ ଉପଦେଶରେ ପରିଚାଳିତ ହେବେ। କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଆଜି ବହୁ ସୁଖକର ଘଟଣା ଘଟିବ। ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା ନକ୍ଷତ୍ରର ସାମାନ୍ୟ ଶୁଭ।
ତୁଳା : ସ୍ବାତୀ ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ ବନ୍ଧୁ ସହାୟତା ମିଳିବ। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଋଣ ପରିଶୋଧ କରିବେ। ଚିତ୍ରା ଓ ବିଶାଖା ନକ୍ଷତ୍ରର ସାମାନ୍ୟ ଶୁଭ।
ବିଛା : ଅନୁରାଧା ନକ୍ଷତ୍ରଜାତ ବ୍ୟକ୍ତି ବିଦ୍ୟାଭ୍ୟାସୀ ହେବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଶାଖା ଓ ଜ୍ୟେଷ୍ଠା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ସାମାନ୍ୟ ଶୁଭ।
ଧନୁ : ମୂଳା ଓ ପୂର୍ବାଷାଢ଼ା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ଶ୍ରମରେ ମୂଲ୍ୟାଙ୍କନ ହେବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ୍ ହେବେ। ଉତ୍ତରାଷାଢ଼ା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ସାମାନ୍ୟ କଷ୍ଟ।
ମକର : ଶ୍ରବଣା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ। ଭଗବତ ପ୍ରେମୀ ହେବେ। ଠାକୁରଙ୍କ ଦର୍ଶନ ଲାଭ କରିବାର ସୁଯୋଗ ଅଛି। ଉତ୍ତରାଷାଢ଼ା ଓ ଧନିଷ୍ଠା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ସାମାନ୍ୟ ଶୁଭ।
କୁମ୍ଭ : ଶତଭିଷା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଭାଗ୍ୟୋନ୍ନତି ଯୋଗ ଅଛି। ବିଭିନ୍ନ ସ୍ତରରୁ ଧନାଗମ ହେବ। ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। କର୍ମକ୍ଷେତ୍ର ଉଳମୟ ହେବ। ଧନିଷ୍ଠା ଓ ପୂର୍ବଭାଦ୍ର ନକ୍ଷତ୍ରର ସାମାନ୍ୟ ଶୁଭ।
ମୀନ : ଉତ୍ତରଭାଦ୍ର ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଆୟ ଉତ୍ତମ ଧରଣର ହେବ। ସୁମିଷ୍ଟ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ପୂର୍ବଭାଦ୍ର ଓ ରେବତୀ ନକ୍ଷତ୍ରଜାତଙ୍କ ଶୁଭ।