www.samajalive.in
Thursday, December 11, 2025
23.1 C
Bhubaneswar

ଜଳଜୀବନ ମିଶନ : ୨୦୨୧-୨୨ ଓଡ଼ିଶାକୁ ମିଳିଛି ୩,୩୨୩.୪୨ କୋଟି ଟଙ୍କାର ଅନୁଦାନ

ନୂଆଦିଲ୍ଲୀ : ଜଳ ଜୀବନ ମିଶନ ଅଧୀନରେ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶାକୁ କେନ୍ଦ୍ର ଅଂଶଧନ ଆକାରରେ ୩,୩୨୩. ୪୨ କୋଟି ଟଙ୍କା ଆବଣ୍ଟନ କରାଯାଇଛି । ସେଥିମଧ୍ୟରୁ ରାଜ୍ୟ ସରକାର ୧,୦୬୪.୫୧ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ଲୋକସଭାରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ  ପ୍ରହ୍ଲାଦ ସିଂ ପଟେଲ। ଓଡ଼ିଶାକୁ ଜଳ ଜୀବନ ମିଶନ ଅଧୀନରେ ମିଳିଥିବା ଅନୁଦାନ ସଂକ୍ରାନ୍ତ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ପଟେଲ କହିଛନ୍ତି ଯେ ୨୦୧୯-୨୦ ଏବଂ ୨୦୨୦-୨୧ ଆର୍ଥିକ ବର୍ଷରେ ରାଜ୍ୟକୁ ଯଥାକ୍ରମେ ୩୬୪.୭୪ କୋଟି ଟଙ୍କା ଏବଂ ୮୧୨.୧୫ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ମିଶନ ଅଧୀନରେ ମିଳିଥିବା କେନ୍ଦ୍ରୀୟ ଅନୁଦାନ ମଧ୍ୟରୁ ୨୦୧୯-୨୦ ଆର୍ଥିକ ବର୍ଷରେ ୨୭୫.୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲା । ସେହିପରି ୨୦୨୦-୨୧ ଆର୍ଥିକ ବର୍ଷରେ ୬୮୮.୬୯ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା।

ଅନ୍ୟପଟେ ଜଳ ଜୀବନ ମିଶନ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯-୨୦, ୨୦୨୦-୨୧ ଏବଂ ୨୦୨୧-୨୧ ଆର୍ଥିକ ବର୍ଷରେ ରାଜ୍ୟ ଅଂଶଧନ ବାବଦରେ ଯଥାକ୍ରମେ ୨୫୫.୦୨ କୋଟି ଟଙ୍କା, ୬୭୩ କୋଟି ଟଙ୍କା ଏବଂ ୧୦୫୪. ୬୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ।

- Advertisement -

ଜଳ ଜୀବନ ମିଶନ ଅଧୀନରେ କେନ୍ଦ୍ର ସରକାର ସବୁ ପରିବାରକୁ ପାଇପ ଜଳ ଯୋଗାଣ କରିବାକୁ ଲକ୍ଷ୍ୟ ରଖିଛନ୍ତି । ମିଶନ ଆରମ୍ଭ ହେବା ପରଠାରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୩୬ ଲକ୍ଷ ୯୧ ହଜାର ୮୦୭ଟି ପରିବାରକୁ ଟ୍ୟାପ ଜଳ ଯୋଗାଣ କରାଯାଇଛି । ଏବେସୁଦ୍ଧା ମିଶନ ଅଧୀନରେ ଧାର୍ଯ୍ୟ କରାଯାଇଥିବା ଲକ୍ଷ୍ୟର ୪୧.୭୯ ପ୍ରତିଶତ ପରିବାରକୁ ଟ୍ୟାପ ଜଳ ସଂଯୋଗ ଦିଆଯାଇଥିବା କେନ୍ଦ୍ର ମନ୍ତ୍ରୀ ସୂଚନା ଦେଇଥିଲେ। ମିଶନର ନିର୍ଦ୍ଧାରିତ ଅବଧି ମଧ୍ୟରେ ସବୁ ପରିବାରକୁ ଟ୍ୟାପ ଜଳ ସଂଯୋଗ ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ସୂଚୀତ କରାଯାଇଥିବା କେନ୍ଦ୍ର ମନ୍ତ୍ରୀ କହିଥିଲେ ।

Hot this week

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

Related Articles

Popular Categories