www.samajalive.in
Sunday, December 7, 2025
26.1 C
Bhubaneswar

ଦେଶରେ ହ୍ରାସ ଦୈନିକ ସଂକ୍ରମଣ ; ବୃଦ୍ଧି ଆରୋଗ୍ୟହାର

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧,୩୩୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୫,୭୭୫କୁ ବୃଦ୍ଧି ପାଇଛି। ସେହିପରି ୧,୯୧୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୪,୯୦,୯୨୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୬%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧,୧୮୧ରେ ପହଞ୍ଚିଛି। ମୃତ୍ୟୁହାର ୧.୨୧%। ୧୩,୬୭୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତହାର ୦.୦୩%। ଦିନକ ପୂର୍ବରୁ ୬,୦୬,୦୩୬ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୮,୯୭,୭୦,୯୫୮ ନମୁନା ପରୀକ୍ଷା କରାଯାଇଛି। ଦିନକ ଆଗରୁ ୨୩,୫୭,୯୧୭ ଟିକାକରଣ ହୋଇଥିବା ବେଳେ ମୋଟ ୧,୮୪,୩୧,୮୯,୩୭୭ ଟିକାକରଣ କରାଯାଇଛି। ପୂର୍ବାହ୍ନ ସୁଦ୍ଧା ୨,୦୧,୭୮୧ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories