www.samajalive.in
Sunday, December 7, 2025
14.1 C
Bhubaneswar

ଗୁରୁବାର ରାଶିଫଳ

ମେଷ: ଶ୍ରୀଚନ୍ଦ୍ର ଭୋଗ ହେଉ ଥିବାରୁ ବନ୍ଧୁ କିମ୍ବା ସରକାରୀ ସହାୟତାରେ ଲାଭବାନ ହେବେ। ମିଷ୍ଟାନ୍ନ ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ରଣକ୍ଷେତ୍ରରେ ପାରଙ୍ଗମ ହେବେ। ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ।

ବୃଷ: କାର୍ଯ୍ୟ ଶୃଙ୍ଖଳିତ ହେବା କଷ୍ଟକର ହୋଇପାରେ। ପ୍ରତାରଣାର ଶିକାର ହୋଇପାରନ୍ତି। ଅଧିକ ଖର୍ଚ୍ଚର ସମ୍ମୁଖୀନ ହେବେ। ଚଞ୍ଚଳ ସ୍ୱଭାବର ହେବେ। ମଧୁରଭାଷୀ ଭାବେ ଲୋକପ୍ରିୟତା ଅର୍ଜନ କରିବେ। ସାହସୀ ଓ ଜ୍ଞାନୀ ହୋଇପାରନ୍ତି।

- Advertisement -

ମିଥୁନ: ଚାକିରିରେ ସ୍ଥାନ ପରିବର୍ତ୍ତନ ଘଟିପାରେ। ରୋଜଗାର ଆଶାନୁରୂପ ହେବ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ସୁଖ ମିଳିବ।

କର୍କଟ: ପାରିବାରିକ ଶାନ୍ତି ଅବ୍ୟାହତ ରହିବ। କର୍ମ ଚଞ୍ଚଳ ରହିପାରନ୍ତି। କୁଳଦୀପକ ହେବେ। ମନରେ ପ୍ରସନ୍ନତା ଭାବ ଦେଖା ଦେବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି।

ସିଂହ: ବ୍ୟବସାୟରେ ଲାଭବାନ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସ ପ୍ରିୟ ଓ ବିଦ୍ୱାନ ହେବା ଆଶା କରାଯାଏ।

କନ୍ୟା: ଆକସ୍ମିକ ବିପଦରୁ ରକ୍ଷା ପାଇ ଯିବେ। ଈର୍ଷା ପରିତ୍ୟାଗ କଲେ ଜନସାଧାରଣଙ୍କ ପ୍ରିୟପାତ୍ର ହେବେ। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ତୁଳା: ବନ୍ଧୁ ସହଯୋଗ ପାଇ ଅପାର ଆନନ୍ଦ ଲାଭ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଜନସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବା ଆଶା କରାଯାଏ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ବିଛା: କାର୍ଯ୍ୟକ୍ଷେତ୍ରରେ ସଫଳତାର ନିକଟବର୍ତ୍ତୀ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଶାରୀରିକ ଶକ୍ତି ବୃଦ୍ଧି ହେବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଚାକିରିରେ ସୁନାମ ମିଳିବ।

ଧନୁ: ପ୍ରତ୍ୟେକ କାର୍ଯ୍ୟ ସୁଚାରୁ ରୂପେ ସଂପାଦନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହୋଇପାରନ୍ତି। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ତେଜୀୟାନ ହୋଇପାରନ୍ତି।

ମକର: ଦେବଦେବୀ ଦର୍ଶନର ସୌଭାଗ୍ୟ ଅଛି। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିବାରେ ତତ୍ପର ହେବେ।

କୁମ୍ଭ: ଅଧିକ ଶ୍ରମ ସ୍ୱୀକାର କଲେ ବି ତା’ର ମୂଲ୍ୟ ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ପାଇବେ। ବିବାଦୀୟ କ୍ଷେତ୍ରରେ ବିଜୟୀ ହେବେ। ତପସ୍ୱୀ ହୋଇପାରନ୍ତି।

ମୀନ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଆଦର, ଅଭ୍ୟର୍ଥନାର ପାତ୍ର ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ଭାଗ୍ୟଶାଳୀ ହେବେ। ପରଦେଶ ବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ପାଇ ଖୁସି ହେବେ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories