www.samajalive.in
Wednesday, December 10, 2025
16.1 C
Bhubaneswar

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ହିନ୍ଦୁ ନବବର୍ଷ ଓ ବିଦ୍ୟାରମ୍ଭ ଯଜ୍ଞ

ବାଙ୍କୀ: ଶନିବାର ବାଙ୍କୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଦିନ ହିନ୍ଦୁ ନବବର୍ଷ ପାଳନ ଓ ବିଦ୍ୟାରମ୍ଭ ଯଜ୍ଞ ଶିଶୁ ବିଦ୍ୟାମନ୍ଦିରର ପରମ୍ପରା ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ପ୍ରଧାନ ଆଚାର୍ଯ୍ୟ ନରେଶ କୁମାର ମନ୍ତ୍ରୀ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ରଖିଥିଲେ। ମୁଖ୍ୟ ଶିକ୍ଷକ ଗୋପୀନାଥ ମହାପାତ୍ରଙ୍କ ଦ୍ୱାରା ହିନ୍ଦୁ ନବବର୍ଷ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା। ମୁଖ୍ୟ ଅତିଥି ସମ୍ପାଦକ ତାପସ କୁମାର ଦାସ କାର୍ଯ୍ୟକ୍ରମରେ ବୌଦ୍ଧିକ ଆଲୋଚନା ପ୍ରଦାନ କରିଥିଲେ। ଭିକାରୀ ଚରଣ ମିଶ୍ର କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ବୌଦ୍ଧିକତା ଉପରେ ଉପସ୍ଥିତ ଛାତ୍ର ଛାତ୍ରୀ ଓ ଅଭିଭାବକ ମାନଙ୍କୁ ମାର୍ଗ ଦର୍ଶନ କରିଥିଲେ। ଶିଶୁ ବିଦ୍ୟାମନ୍ଦିରର ସମସ୍ତ ଗୁରୁଜୀ ଗୁରୁମା ମାନେ ଉପସ୍ଥିତ ଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories