www.samajalive.in
Monday, December 8, 2025
27.1 C
Bhubaneswar

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟିଲେ ବିଜେପି ନେତା

ନବରଙ୍ଗପୁର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି ନବରଙ୍ଗପୁରର ବିଜେପି ନେତା। ବିଜେପି କାର୍ୟ୍ୟକାରିଣୀ ସଦସ୍ୟ ଗୌରୀଶଙ୍କର ମାଝୀଙ୍କ ନେତୃତ୍ୱରେ ବିଜେପି ନେତାମାନେ ନୂଆଦିଲ୍ଲୀ ଗସ୍ତ କରି ନବରଙ୍ଗପୁର ଜିଲ୍ଲାର ଅଧିକରୁ ଅଧିକ ଛାତ୍ରଛାତ୍ରୀ କିଭଳି କେନ୍ଦ୍ରିୟ ବିଦ୍ୟାଳୟରେ ସ୍ଥାନ ପାଇ ପାରିବେ, ସେ ଦିଗକୁ ଦୃଷ୍ଟିରେ ରଖି କେନ୍ଦ୍ରିୟ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ପାଇଁ ଆସନ ସଂଖ୍ୟା ବଢାଇବା ନିମନ୍ତେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଏକ ଦାବିପତ୍ର ପ୍ରଦାନ କରିବା ସହ ସାଂଗଠନିକ ବିଷୟରେ ଆଲୋଚନା କରିଥିଲେ। ଦାବିପତ୍ର ଦେବା ସମୟରେ ଜିଲ୍ଲା ଯୁବ ମୋର୍ଚା ପ୍ରଭାରୀ କାହ୍ନୁ ଦାସ, ବିନୁ ସୁନା, ନଗର ମଣ୍ଡଳ ସଭାପତି ପିଣ୍ଟୁ ମିଶ୍ର ଓ ଜିଲ୍ଲା ମିଡିଆ ସଂଯୋଜକ ଦେବଦାସ ମହାଙ୍କୁଡ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories