www.samajalive.in
Monday, December 8, 2025
24.1 C
Bhubaneswar

ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୌମ୍ୟକାନ୍ତ ମହାପାତ୍ର ଶ୍ରେଷ୍ଠ ଅଧିକ୍ଷକ ଭାବେ ସମ୍ମାନିତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ସ୍ବାସ୍ଥ୍ୟ ମିଶନ ତରଫରୁ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସଫଳତା ପାଇଁ ଭିନ୍ନ ଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ବିଭିନ୍ନ ବିଭାଗକୁ ପ୍ରଶଂସା ତଥା ପୁରସ୍କୃତ କରାଯାଉଛି। ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମକୁ ସଫଳତାର ସହ ସମ୍ପାଦନ କରି କାର୍ଯ୍ୟକ୍ରମର ଆଭିମୂଖ୍ୟକୁ ପୁରଣ କରିଥିବା ବ୍ଲକସ୍ତରୀୟ ସ୍ବାସ୍ଥ୍ୟ ଅଧିକାରୀ ଭାବେ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୌମ୍ୟକାନ୍ତ ମହାପାତ୍ରଙ୍କୁ ଜିଲ୍ଲା ସ୍ଵାସ୍ଥ୍ୟ ମିଶନ ତରଫରୁ ଶ୍ରେଷ୍ଠ ଅଧିକ୍ଷକ ଭାବେ ସମ୍ମାନିତ କରାଯାଇଛି। ଡ଼ାକ୍ତର ମହାପାତ୍ରଙ୍କୁ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଉମାଶଙ୍କର ମିଶ୍ର, ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲ୍ଲା ପ୍ରକଳ୍ପ ଅଧିକାରୀ ଶ୍ୟାମସୁନ୍ଦର ତ୍ରିପାଠୀ ଏବଂ ଅନ୍ୟ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ପ୍ରମୁଖ ଏକ ଜିଲ୍ଲାସ୍ତରୀୟ ଉତ୍ସବରେ ପୁରସ୍କୃତ କରିଛନ୍ତି। ଏହି ପୁରସ୍କାର ପାଇବା ପରେ ଡାକ୍ତରଙ୍କୁ ଅଞ୍ଚଳର ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି। ଗଞ୍ଜାମ ଅଞ୍ଚଳର ଅଗ୍ରଣୀ ସ୍ବେଛାସେବୀ ଯୁବ ସଂଗଠନ ୟୁଥ୍ ଫର୍ ଭିଲେଜ୍ ପକ୍ଷରୁ ସମ୍ପାଦକ ଦୀପକ କୁମାର ସାହୁ, କୈଳାସ ଚନ୍ଦ୍ର ସେଠୀ, କାହ୍ନା ଗୌଡ, ବି ଦେବାଶିଷ ରେଡ଼ି, ଦୀପକ ଗୌଡ ପ୍ରମୁଖ ଡାକ୍ତରଙ୍କୁ ଭେଟି ଉପଢୌକନ ଓ ଫୁଲଚାରା ଦେଇ ଶୁଭେଚ୍ଛା ଜଣାଇଛନ୍ତି।

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories