www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ଗତ ୨ ବର୍ଷ ପରେ ସବୁଠାରୁ କମ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ମିଳିଥିବା ସୂଚନାନୁଯାୟୀ ଗତ ୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ତଳକୁ ଖସିଛି। ରିପୋର୍ଟ ଅନୁଯାୟୀ, ଦିନକରେ ଆଉ ୯୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସଂଖ୍ୟା ଦୀର୍ଘ ୨ ବର୍ଷ ପ୍ରାୟ ୭୧୫ ଦିନ ପରେ ସବୁଠାରୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୨୯,୦୪୪କୁ ବୃଦ୍ଧି ପାଇଛି। ଆଉ ୧,୩୧୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ମୋଟ ୪,୨୪,୯୫,୦୮୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୬%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧,୩୫୮ରେ ପହଞ୍ଚିଛି। ମୃତ୍ୟୁହାର ୧,୨୧%। ଆଉ ୧୨,୫୯୭ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%। ଦିନକ ପୂର୍ବରୁ ୩,୧୪,୮୨୩ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୯,୧୦,୭୯,୭୦୬ ନମୁନା ପରୀକ୍ଷା କରାଯାଇଛି। ଦିନକ ପୂର୍ବରୁ ୨,୮୪,୦୭୩ ଟିକା ନେଇଥିବା ବେଳେ ମୋଟ ୧,୮୪,୭୦,୮୩,୨୭୯ ଟିକାକରଣ କରାଯାଇଛି। ପୂର୍ବାହ୍ନ ସୁଦ୍ଧା ୬,୦୮,୦୧୫ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories