www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ଆଉ ୧୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେବ ୩ ଅଙ୍କ ତଳେ ରହୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ରାଜ୍ୟରେ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲ୍ଲାରୁ ଆଉ ୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅର୍ଥାତ୍‌ ୨୫ ଜିଲ୍ଲାରୁ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।  ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୯ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୬ଜଣ ଆକ୍ରାନ୍ତ ।

ଆଜିର ୧୫ ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ଦୈନିକ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ୨୬୧ କରୋନା ସକ୍ରିୟ ମାମଲା ରହିଛି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories