www.samajalive.in
Monday, December 8, 2025
27.1 C
Bhubaneswar

ଓଲଟିଲା ଯାତ୍ରୀବାହୀ ବସ୍‍ ; ଚାଲିଗଲା ତିନି ଯାତ୍ରୀଙ୍କ ଜୀବନ

ଅଯୋଧ୍ୟା : ଅଯୋଧ୍ୟାର କେଣ୍ଟ କୋତବାଲୀ ଅନ୍ତର୍ଗତ ମୁମତାଜ ନଗର ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‍ ଓଲଟି ପଡିବାରୁ ଦୁର୍ଘଟଣା ଘଟି ୩ ଜଣ ଯାତ୍ରୀଙ୍କ ଜୀବନ ଚାଲି ଯାଇଛି। ଏହାସହ ପ୍ରାୟ ୩୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଖବର ପାଇ ଉଦ୍ଧାରକାରୀ ଦଳ ଓ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଥିଲେ। ଏହାପରେ ଆହତଙ୍କୁ ଉଦ୍ଧାର କରି ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତଦେହ ଉଦ୍ଧାର କରି ପରିଜନଙ୍କୁ ସୂଚନା ଦିଆଯାଇଛି। ଅଯୋଧ୍ୟା-ଳଖନଉ ରାଜପଥରେ ଗୋଟିଏ ଯାନକୁ ଓଭରଟେକ୍‍ କରିବା ସମୟରେ ଏହି ଦୁର୍ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ବସ୍‍ଟି ଦିଲ୍ଲୀରୁ ସିଦ୍ଧାର୍ଥନଗର ଯାଉଥିବା ସମୟରେ ଓଲଟି ପଡିଥିଲା।
ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିଜନ ପ୍ରତି ସମବେଦନା ଜଣାଇଥିବା ସହ ଦୁଇ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏହାସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

 

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories