www.samajalive.in
Tuesday, December 9, 2025
16.1 C
Bhubaneswar

ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ଡୁମୁରିଆ ସ୍ଥିତ ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର +୨ରେ ଅଧ୍ୟୟନରତ ଛାତ୍ରୀଙ୍କ ପାଇଁ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି । ଏହି ଶିବିର ୫ ତାରିଖରୁ ଆରମ୍ଭ ହୋଇଥଇବା ବେଳେ ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଶିବିରରେ +୨ରେ ପଢୁଥିବା ୯୮ ଜଣ ଛାତ୍ରୀଙ୍କୁ ପ୍ରଶିକ୍ଷଣ ଦିଆଯିବ । ଉଦଘାଟନୀ ସଭାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଛାତ୍ରୀ ମାନଙ୍କୁ ଆତ୍ମରକ୍ଷା କୌଶଳ ଶିକ୍ଷାଲାଭ କରି ଅସାମାଜିକ ବ୍ୟକ୍ତିଙ୍କ ଠାରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପରାମର୍ଶ ଦେଇଥିଲେ । ସମରେନ୍ଦ୍ର ମହାନ୍ତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶିବିରରେ ପ୍ରଶିକ୍ଷିକା ଭାବେ ଲକ୍ଷ୍ମୀପ୍ରିୟା ପତି ଛାତ୍ରୀ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକା ପରିଚାଳନାରେ ସହଯୋଗ କରୁଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories