www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ଆଉ ନୂଆ ପଜିଟିଭ୍‍ ୧,୦୩୩ ; ୪୩ ମୃତ

ନୂଆଦିଲ୍ଲୀ : ଦେଶରେ କିଛି ଦିନ ତଳେ କରୋନାର ଦୈନିକ ସଂକ୍ରମଣ ୧ ହଜାର ତଳକୁ ରହିଥିବା ବେଳେ ପୁଣି ଏହା ୧ ହଜାର ଅତିକ୍ରମ କରୁଥିବା ଦେଖାଯାଇଛି। ଦେଶରେ ଦିନକରେ ଆଉ ୧,୦୩୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୧,୯୫୮କୁ ବୃଦ୍ଧି ପାଇଛି। ସେହିପରି ୧,୨୨୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୪,୯୮,୭୮୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୬%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧,୫୩୦ରେ ପହଞ୍ଚିଛି। ମୃତ୍ୟୁହାର ୧.୨୧%।୧୧,୬୩୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%। ଦିନକ ପୂର୍ବରୁ ୪,୮୨,୦୩୯ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୯,୨୫,୦୯,୪୫୧ ନମୁନା ପରୀକ୍ଷା କରାଯାଇଛି। ସେହିପରି ଦିନକ ଆଗରୁ ୧୫,୩୭,୩୧୪ ଟିକା ନେଇଥିବା ବେଳେ ମୋଟ ୧,୮୫,୨୦,୭୨,୪୬୯ ଟିକାକରଣ କରାଯାଇଛି। ଆଜି ସକାଳ ସୁଦ୍ଧା ୧,୭୪,୯୧୯ ଟିକା ନେଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories