www.samajalive.in
Monday, December 8, 2025
24.1 C
Bhubaneswar

ଡିଆଇଜି ଦେଲେ ତଦନ୍ତ ରିପୋର୍ଟ, ଆଜି ଶୁଣାଣି

କଟକ : ହାଇକୋର୍ଟର ଆଇନଜୀବୀ ଦେବୀପ୍ରସାଦ ପଟ୍ଟନାୟକଙ୍କୁ ପୁଲିସ ଅମାନୁଷିକ ଭାବେ ମାଡ଼ ମାରି ଆହତ କରିବା ପ୍ରସଙ୍ଗରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ. ଏସ ଝାଭେରୀ ଓ ଜଷ୍ଟିସ କେ ଆର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଶୁଣାଣି ହୋଇଥିବାବେଳେ କ୍ରାଇମବ୍ରାଞ୍ଚ ଡିଆଇଜି ହିମାଂଶୁ ଲାଲଙ୍କ ସମେତ ଦୁଇ ଜଣ ଅଧିକାରୀ କୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ। ଡିଆଇଜିଙ୍କ ପକ୍ଷରୁ ତଦନ୍ତ ସଂକ୍ରାନ୍ତ ରିପୋର୍ଟ କୋର୍ଟରେ ଦାଖଲ ହୋଇଥିବାବେଳେ ଆସନ୍ତାକାଲି ଶୁଣାଣି ପାଇଁ କୋର୍ଟ ଧାର୍ଯ୍ୟ କରିଛନ୍ତି। ତେବେ ଆଜି ଶୁଣାଣି ସମୟରେ ଆବେଦନକାରୀଙ୍କ ପକ୍ଷରୁ କେହି ଉପସ୍ଥିତ ନଥିଲେ। ସୂଚନାଯୋଗ୍ୟ ଏହି ମାମଲାରେ ହାଇକୋର୍ଟ ଶୁଣାଣି କରି ଗତ ୪ତାରିଖରେ କ୍ରାଇମ ବ୍ରାଞ୍ଚକୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବାବେଳେ ଡିସିପି ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ କରିସାରିଛନ୍ତି। ସେହିପରି ଆବେଦନକାରୀ ନ୍ୟାସନାଲିଷ୍ଟ ଲୟର୍ସ ଫୋରମ ଓ କଟକ ବାର ଆସୋସିଏସନ ପକ୍ଷରୁ ପ୍ରତି ଜବାବ ଦାଖଲ କରାଯାଇଛି। ମାମଲାର ବିବରଣୀରୁ ପ୍ରକାଶ ଯେ ନ୍ୟାସନାଲିଷ୍ଟ ଲୟର୍ସ ଫୋରମର ସବ୍ୟସାଚୀ ମହାପାତ୍ରଙ୍କ ପକ୍ଷରୁ ଦାୟର ମାମଲାରେ ଦର୍ଶାଯାଇଛି ଯେ ଏହି ଘଟଣାରେ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ତଦନ୍ତ ପାଇଁ ପ୍ରାର୍ଥନା କରାଯିବା ସହ ମାଡ଼ ମାରିଥିବା ପୁଲିସ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆଦି ପାଇଁ ଆବେଦନପତ୍ରରେ ଦର୍ଶାଯାଇଛି। ସେହିପରି କଟକ ବାର ଆସୋସିଏସନ ସଭାପତି ଉମାକାନ୍ତ ନନ୍ଦ ଓ ସଂପାଦକ ନରେଶ ଚନ୍ଦ୍ର ଜେନାଙ୍କ ପକ୍ଷରୁ ଦାୟର ମାମଲାରେ ଦର୍ଶାଯାଇଛି ଯେ ହାଇକୋର୍ଟ ବାର ଆସୋସିଏସନ ଓ କଟକ ବାର ଆସୋସିଏସନ ସକ୍ରିୟ ସଦସ୍ୟ ଆଇନଜୀବୀ ଦେବୀପ୍ରସାଦ ପଟ୍ଟନାୟକଙ୍କୁ ଚାଉଳିଆଗଞ୍ଜ ପୁଲିସ ଅତ୍ୟନ୍ତ ଅମାନୁଷିକ ଭାବେ ଆକ୍ରମଣ କରି ଆହତ କରିଛି। ତେବେ ଏହି ଘଟଣାରେ ତଦନ୍ତ ପାଇଁ ସିବିଆଇ କିମ୍ବା ବିଚାର ବିଭାଗୀୟ ତଦନ୍ତ ପାଇଁ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା କରାଯିବା ପାଇଁ ଅନୁମତି ଦିଆଯାଉ ବୋଲି ପ୍ରାର୍ଥନା କରାଯାଇ ଦୋଷୀ ପୁଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦର୍ଶାଯାଇଛି। ଏଥିସହ ଆହତ ହୋଇଥିବା ତଥା ନିଜସ୍ୱ ଖ୍ୟାତି ହରାଇଥିବା ଆଇନଜୀବୀଙ୍କୁ ପର୍ଯ୍ୟାପ୍ତ କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନପତ୍ରରେ ପ୍ରାର୍ଥନା କରାଯାଇଛି। ଏହି ମାମଲାରେ ଗୃହ ବିଭାଗ ସଚିବ, ଡିଜିପି, ସିବିଆଇ, କମିସନର ଅଫ ପୁଲିସ, ଚାଉଳିଆଗଞ୍ଜ ଥାନା ଅଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି। ଅନ୍ୟପକ୍ଷରେ ଆଇନଜୀବୀ ଅନ୍ତର୍ଯ୍ୟାମୀ ସ୍ୱାଇଁଙ୍କ ପକ୍ଷରୁ ଆଉ ଏକ ମାମଲା ଦାୟର ହୋଇଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories