www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଦିନକରେ ୧,୧୦୯ ନୂଆ ଆକ୍ରାନ୍ତ ଚିହ୍ନଟ ; ୧,୨୧୩ ସୁସ୍ଥ

ନୂଆଦିଲ୍ଲୀ : ଦେଶରେ କିଛି ଦିନ ପରେ ପୁଣି ଏକ ହଜାର ଅତିକ୍ରମ କରିଛି ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୧,୧୦୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୩,୦୬୭କୁ ବୃଦ୍ଧି ପାଇଛି। ସେହିପରି ୧,୨୧୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୦୦,୦୦୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୬%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧,୫୭୩ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୧%। ୧୧,୪୯୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%। ଦିନକ ପୂର୍ବରୁ ୪,୫୩,୫୮୨ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୯,୨୯,୬୩,୦୩୩ ନମୁନା ପରୀକ୍ଷା କରାଯାଇଛି। ସେହିପରି ଗତକାଲି ୧୬,୮୦,୧୧୮ ଟିକା ନେଇଥିବା ବେଳେ ମୋଟ ୧,୮୫,୩୮,୮୮,୬୬୩ ଟିକାକରଣ କରାଯାଇଛି। ଆଜି ସକାଳ ସୁଦ୍ଧା ୨,୬୪,୪୪୭ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

Related Articles

Popular Categories