www.samajalive.in
Monday, December 8, 2025
27.1 C
Bhubaneswar

ଗୋଷ୍ଠୀ ଜଙ୍ଗଲ ଅଧିକାର ସମ୍ପର୍କିତ ବ୍ଲକସ୍ତରୀୟ କର୍ମଶାଳା 

ଲାଞ୍ଜିଗଡ଼ : ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ବନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷ ପରିସରରେ ଆଜି ସ୍ବେଚ୍ଛାସେବୀ ସଂଗଠନ ସେବା ନିକେତନ ପକ୍ଷରୁ ଗୋଷ୍ଠୀ ଜଙ୍ଗଲ ଅଧିକାର ଓ ଗୋଷ୍ଠୀ ଜଙ୍ଗଲ ସମ୍ବଳ ଅଧିକାର ସଂପର୍କିତ କର୍ମଶାଳା ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷ କମଳା ପାତ୍ର ଯୋଗ ଦେଇଥିବାବେଳେ ସମ୍ମାନନୀୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ବିଶ୍ବନାଥପୁର ରେଞ୍ଜର ନରୋତ୍ତମ ମାଝୀ, ଜିଲ୍ଲା ପରିଷଦ ସଦସ୍ୟ ଅଞ୍ଜଳି ମାଝୀ, ରେଭେନ୍ୟୁ ସୁପରଭାଇଜର ଅରୁଣ ମାଝୀ,  ପ୍ରମୁଖ ଯୋଗ ଦେଇଥିଲେ । ଏଥିରେ ଫାଉଣ୍ଡେସନ ଫର୍ ଇକୋଲୋଜିକାଲ୍ ସୋସାଇଟିର ପ୍ରଦୀପ କୁମାର ମହାରଣା ଓ ସେବା ନିକେତନର ଦାଶରଥୀ ବେହେରା ପ୍ରମୁଖ ଯୋଗଦେଇ ଜଙ୍ଗଲ ଅଧିକାର ଆଇନ ସଂପର୍କରେ ବକ୍ତବ୍ୟ ରଖିଥିଲେ । ଏଇ ଅବସରରେ ସେବା ନିକେତନର ଅଞ୍ଜଳି କୁମାର, ଦେବଗିରି ମାଝୀ ଓ ଭବାନୀ ବାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories