www.samajalive.in
Friday, December 12, 2025
23.1 C
Bhubaneswar

କେନ୍ଦ୍ର କ୍ୟାବିନେଟର ଅନୁମୋଦନ, ଏଣିକି ସାଧାରଣ ବଣ୍ଟନ ବ୍ୟବସ୍ଥାରେ ମିଳିବ ପୁଷ୍ଟିଯୁକ୍ତ ଚାଉଳ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୈଠକରେ ପର୍ଯ୍ୟାୟକ୍ରମେ ୨୦୨୪ ସୁଦ୍ଧା ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପୁଷ୍ଟିଯୁକ୍ତ ଚାଉଳ ଯୋଗାଣକୁ ଅନୁମୋଦନ ମିଳିଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏହି ବିଷୟ ଘୋଷଣା କରି କହିଛନ୍ତି, ୨୦୨୪ ଜୁନ ପର୍ଯ୍ୟନ୍ତ ଏଥିପାଇଁ ଖାଦ୍ୟ ସବସିଡିର ଅଂଶ ଭାବରେ ବାର୍ଷିକ ପ୍ରାୟ ୨୭୦୦ କୋଟି ଟଙ୍କା କେନ୍ଦ୍ର ସରକାର ବହନ କରିବେ।

ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ସମନ୍ୱିତ ଶିଶୁ ବିକାଶ ସେବା, ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଏବଂ ସରକାରଙ୍କ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା ଅନୁଯାୟୀ ଏହି ଅନୁମୋଦନ ଦିଆଯାଇଛି। ଭାରତୀୟ ଖାଦ୍ୟ ନିଗମ ଏବଂ ରାଜ୍ୟ ଏଜେନ୍ସିଗୁଡ଼ିକ ପୁଷ୍ଟିଯୁକ୍ତ ଚାଉଳ କିଣିବାରେ ନିୟୋଜିତ ଅଛନ୍ତି ଏବଂ ଯୋଗାଣ ଓ ବଣ୍ଟନ ପାଇଁ ପ୍ରାୟ ୮୮.୬୫ ଲକ୍ଷ ଟନ୍ ପୁଷ୍ଟିଯୁକ୍ତ ଚାଉଳ କ୍ରୟ କରାଯାଇଛି। ଦେଶର ପ୍ରତ୍ୟେକ ଗରିବ ଲୋକଙ୍କୁ ପୁଷ୍ଟିହୀନତା ଏବଂ ମହିଳା, ଶିଶୁ ଏବଂ ସ୍ତନ୍ୟପାନ କରାଉଥିବା ମା’ମାନଙ୍କର ପୁଷ୍ଟିକର ଖାଦ୍ୟ ଅଭାବକୁ ଦୂର କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଗତ ବର୍ଷ ଚାଉଳର ପୁଷ୍ଟି ତତ୍ୱ ବିଷୟ ଘୋଷଣା କରିଥିଲେ।

Hot this week

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

Related Articles

Popular Categories