www.samajalive.in
Saturday, December 6, 2025
17.1 C
Bhubaneswar

ବ୍ୟବସାୟୀ ମହାସଂଘର ଦେଶବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର: ସର୍ବ ଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଶୁକ୍ରବାର ଦିନ ଦେଶବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ଖୁଚୁରା ବଜାରରେ ଆନ୍ତଃରାଷ୍ଟୀୟ ବ୍ୟବସାୟୀଙ୍କ ପ୍ରବେଶ ଓ ଏଫଡିଆଇକୁ କ୍ୟାବିନେଟ ମଞ୍ଜୁରୀକୁ ବିରୋଧ କରି ବନ୍ଦ ଡାକରା ଦିଆଯାଇଛି। ଓଡିଶାର ବ୍ୟବସାୟୀ ମହାସଂଘ ଏହି ଧର୍ମଘଟରେ ସାମିଲ ହୋଇଛନ୍ତି। ଏହାଫଳରେ ରାଜ୍ୟର ସମସ୍ତ ଛୋଟ ବଡ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଛି। ବିଭିନ୍ନ ଦାବି ନେଇ ବ୍ୟବସାୟୀମାନେ ଆନ୍ଦୋଳନ ଚଳାଇଛନ୍ତି।
ଆଜି ଅଖିଳ ଭାରତୀୟ ଔଷଧ ବ୍ୟବସାୟୀ ମହାସଂଘ ପକ୍ଷରୁ ୨୪ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ରାଜ୍ୟରେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ଏହି ଆନ୍ଦୋଳନକୁ ସମର୍ଥନ ଜଣାଇଛି। ଏହାଫଳରେ ରାଜ୍ୟରେ ପ୍ରାୟ ୨୨ ହଜାର ଔଷଧ ଦୋକାନ ବନ୍ଦ ରହିଛି ବୋଲି ଜଣାପଡିଛି। ବନ୍ଦ ପ୍ରଭାବରେ ଜରୁରୀକାଳୀନ ସେବା ଯେପରି ବାଧାପ୍ରାପ୍ତ ନ ହୁଏ ସେଥିପାଇଁ ରାଜ୍ୟରେ ସରକାରୀ ଓ ବେସରକାରୀ ଡାକ୍ତରଖାନା ପରିସରରେ ଥିବା ଔଷଧ ଦୋକାନ ଖୋଲା ରହିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories