www.samajalive.in
Thursday, December 11, 2025
15.1 C
Bhubaneswar

ରାଜଧାନୀରେ ହତ୍ୟା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ହତ୍ୟାକାଣ୍ଡ ଘଟିଛି । ଦୁର୍ବୃତଙ୍କ ଛୁରା ମାଡରେ ସ୍ୱାମୀର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛି । ପୁଲିସ ଶବ ଜବତ କରିବା ସହ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି । ତେବେ ହତ୍ୟାକାଣ୍ଡ କାହିଁକି ଓ କିଏ ଘଟାଇଲା ସେ ନେଇ ପୁଲିସ ତଦନ୍ତ ଆରମ୍ଭ କରିଛି ।

ସୋମବାର ସକାଳୁ ଖାରବେଳନଗର ଥାନା ଲୋୟର ପିଏମଜି ଛକ ନିକଟରେ ଥିବା ଏକ ଏଟିଏମ ସାମ୍ନାରେ ଜଣେ ବ୍ୟକ୍ତିର କ୍ଷତାକ୍ତ ମୃତଦେହ ପଡିଥିବା ବେଳେ ସ୍ତ୍ରୀ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିଲେ । ଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ । ଖବରପାଇ ପୁଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଏଥିସହିତ ଆହତଙ୍କ ମହିଳାଙ୍କ ଶିଶୁକୁ ପୁଲିସ ଉଦ୍ଧାର କରି ଚାଇଲ୍ଡଲାଇନକୁ ହସ୍ତାନ୍ତର କରିବା ସହ ଘଟଣାର ଛାନଭିନ ଆରମ୍ଭ କରିଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories