www.samajalive.in
Monday, December 8, 2025
24.1 C
Bhubaneswar

ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ ; ୬ ଶ୍ରମିକ ମୃତ

ଗୁଜରାଟ : ଗୁଜରାଟର ଭରୁଚ ଜିଲାରେ ସୋମବାର ଏକ ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଛଅ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି କାରଖାନାଟି ଦାହେଜ ଶିଳ୍ପାଞ୍ଚଳରେ ଅବସ୍ଥିତ। ଏହା ଅହମଦାବାଦରୁ ୨୩୫ କିଲୋମିଟର ଦୂର।
ଭରୁଚ ପୁଲିସ କହିବାନୁଯାୟୀ, କାରଖାନାରେ ଉକ୍ତ ଶ୍ରମିକମାନେ କାର୍ଯ୍ୟ କରୁଥିଲେ। ପ୍ରାୟ ରାତି ୩ଟା ସମୟରେ ହଠାତ ବଡ ଧରଣର ବିସ୍ଫୋରଣ ଘଟିଥିଲା। ଖବର ପାଇ ପୁଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମୃତଦେହ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଘଟଣାର ତଦନ୍ତ କରାଯାଉଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories